34.1 C
Bhubaneswar
Friday, March 29, 2024
Homeଓଡିଶାଭୁବନେଶ୍ୱରମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବ୍ୟାଙ୍କ ନୋଟ୍ ପେପର ଇଣ୍ଡିଆ ଏମଡି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବ୍ୟାଙ୍କ ନୋଟ୍ ପେପର ଇଣ୍ଡିଆ ଏମଡି

ଭୁବନେଶ୍ୱର: ବାଲେଶ୍ୱରରେ ହେବ ନୋଟ୍ ପେପର ମିଲ୍ । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବ୍ୟାଙ୍କ ନୋଟ୍‌ ପେପର ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ । ନବୀନ ପଟ୍ଟନାୟକଙ୍କୁ ଭେଟି ବାଲେଶ୍ୱରରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଅବଗତ କରାଇଲେ । ଭାରତୀୟ ରିଜର୍ଭ ବ୍ୟାଙ୍କ ସହ ମିଶି ବାଲେଶ୍ୱରରେ ପ୍ରୋଜେକ୍ଟ କରିବ କମ୍ପାନୀ । ଗତକାଲି କ୍ଷେତ୍ର ପରିଦର୍ଶନ କରିଥିଲା ଆରବିଆଇ ଟିମ୍ । ଓ ନୋଟ୍ ମୁଦ୍ରାନ୍ ପ୍ରାଇଭେଟ ଲିମିଟେଡର ମିଳିତ ଉଦ୍ୟମରେ ଏହି କମ୍ପାନୀ ବାଲେଶ୍ୱରରେ ଏକ ବ୍ୟାଙ୍କ ନୋଟ୍ ମିଲ୍ ସ୍ଥାପନ କରିବା ପାଇଁ ୨୫୦୦ କୋଟି ଟଙ୍କା ବିନିଯୋଗ କରିବାକୁ ଯୋଜନା କରିଛି । ତେବେ ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ସମର୍ଥନ ଯୋଗାଇବା ସହ ସମସ୍ତ ପ୍ରକାର ସହଯୋଗ କରିବାକୁ ପ୍ରତିଶୃତି ଦେଇଛନ୍ତି  । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ 5-T ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking