30.1 C
Bhubaneswar
Friday, April 26, 2024
Homeଖେଳଆଇପିଏଲ୍‌-୧୩: ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ୱିକେଟରେ ପରାସ୍ତ କଲା ମୁମ୍ବାଇ ଇଣ୍ଡିଆନସ୍‌

ଆଇପିଏଲ୍‌-୧୩: ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ୱିକେଟରେ ପରାସ୍ତ କଲା ମୁମ୍ବାଇ ଇଣ୍ଡିଆନସ୍‌

ଆବୁଧାବି: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୦ର ୨୭ ତମ ମ୍ୟାଚ୍‌ରେ ରବିବାର ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ୱିକେଟରେ ପରାସ୍ତ କଲା ମୁମ୍ବାଇ ଇଣ୍ଡିଆନସ୍‌ । ଦ୍ବିତୀୟ ପାଳିରେ ମୁମ୍ବାଇ ୧୬୩ ରନ୍‌ର ଲକ୍ଷ୍ୟକୁ ପିଛାକରି ୨୦ ଓଭରରେ ୫ ୱିକେଟ ହରାଇ ୧୬୬ ରନ୍‌ କରି ବିଜୟ ହାସଲ କରିଛି । ମୁମ୍ବାଇ ପକ୍ଷରୁ କ୍ୱିଣ୍ଟନ୍ ଡି କକ୍ ୩୬ ବଲ ଖେଳି ୫୩ ରନ୍‌ କରିଥିବା ବେଳେ ସୂର୍ଯ୍ୟକୁମାର ଯାଦବ ମଧ୍ୟ ୩୨ ବଲ ଖେଳି ୫୩ ରନ୍‌ କରି ମୁମ୍ବାଇକୁ ବିଜୟ ଦେଇଥିଲେ । ଅନ୍ୟପଟେ ଦିଲ୍ଲୀ ପକ୍ଷରୁ କାଗିସୋ ରାବାଡା ୨ଟି ୱିକେଟ ନେଇଥିବା ବେଳେ ରବିଚନ୍ଦ୍ରନ୍ ଅଶ୍ୱିନ୍, ଅକ୍ଷର ପଟେଲ ଓ ମାର୍କସ୍ ଷ୍ଟୋଇନିସ୍ ୧-୧ ୱିକେଟ ନେଇଥିଲେ । ଏହି ବିଜୟ ସହ ମୁମ୍ବାଇ ୧୦ ଅଙ୍କ ସଂଗ୍ରହ କରି ଦଳ ତାଲିକାରେ ପ୍ରଥମ ସ୍ଥାନରେ ରହିଛି । ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking