24.1 C
Bhubaneswar
Thursday, March 12, 2026
Homeଓଡିଶାଆଗାମୀ ୬ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା!

ଆଗାମୀ ୬ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର: ଆଗାମୀ ୬ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ପ୍ରବାହିତ ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏବେ ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ ରହିଛି। କିଛି ଦିନ ମଧ୍ୟରେ ସଂପୂର୍ଣ୍ଣ ରାଜ୍ୟକୁ ମୌସୁମୀ ଛୁଇଁବ। ଆଜି ପାଇଁ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ରାୟଗଡ଼ା ସହ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ପୂର୍ବାନୁମାନ କରାଯାଇଛି । ଏହାସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବୋହିବା ନେଇ ପୂର୍ବାନୁମାନ ହୋଇଛି ।ସେହିଭଳି ଆଗାମୀ ୨ ଦିନ ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିଭଳି ଆସନ୍ତା ୨ ଦିନ ଯାଏଁ ଦିନ ତାପମାତ୍ରା ୩ ରୁ ୪ ଡିଗ୍ରୀ ତାପମାତ୍ରା କମିବା ନେଇ ଆକଳନ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking