କାଲିଠୁ ଦିନ ୨ଟା ପରେ ରାଜ୍ୟର ଏହି ସହର ବନ୍ଦ ରହିବ

ଦିନକୁ ଦିନ କରୋନା ମହାମାରୀ ବଢି ବଢି ଚାଲିଛି । କରୋନାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି । ଏହାରି ମଧ୍ୟରେ କାଲିଠୁ ଦିନ ୨ଟା ପରେ ଢେଙ୍କାନାଳ ସହର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ବାଣିଜ୍ୟ ସଂଘ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା ପରେ ଏନେଇ ନିଷ୍ପତ୍ତି ନିଆଯାଇଛି । କରୋନା ସଂକ୍ରମଣକୁ ରୋକିବା ପାଇଁ ବ୍ୟବସାୟୀ ସଂଘ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି । ସୂଚନା ଯୋଗ୍ୟ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।

ଆଜି ପୁଣି ୩୬୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୧୧୮ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ଅନ୍ୟ ୧୪୯୭ ଜଣ ଲୋକାଲ କେସ୍ ବୋଲି ଜଣାପଡ଼ିଛି । ଏଥିସହ ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୨ ହଜାର ୭୩୪କୁ ବୃଦ୍ଧି ପାଇଛି । ଏବେ ୩୬ ହଜାର ୧୧୨ ଜଣ ସକ୍ରିୟ ରୋଗୀ ଭାବେ ଚିକିତ୍ସିତ ହେଉଛନ୍ତି । ସେଥିମଧ୍ୟରୁ ୧,୮୫,୭୦୦ ଜଣ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୂଚନା ଅନୁଯାୟୀ, ଆଜି ଚିହ୍ନଟ ହୋଇଥିବା ୩୬୧୫ ଆକ୍ରାନ୍ତ ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ ପୁଲ୍ ରୁ ଚିହ୍ନଟ ହୋଇଛନ୍ତି । ଖୋଦ୍ଧା ଜିଲ୍ଲାରୁ ସର୍ବାଧିକ ୬୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୩୭୧ , ଷ୍ଟେଟପୁଲ୍‌ରୁ ୨୪୦, ପୁରୀରୁ ୧୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଆଜି ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here