28.1 C
Bhubaneswar
Saturday, April 27, 2024
Homeଓଡିଶାଲଘୁଚାପ ପ୍ରଭାବରେ ୧୯ରୁ ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ୧୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବା ବେଳେ ଏହାର ପ୍ରଭାବରେ ୧୯ରୁ ୨୧ ତାରିଖ ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୧୯ ତାରିଖ ସକାଳୁ ୨୧ ତାରିଖ ସକାଳ ମଧ୍ୟରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଦୁଇଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୦ରୁ ୨୧ ତାରିଖ ସକାଳ ଭିତରେ କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲଘୁଚାପ ସକ୍ରିୟ ହେବା ସହିତ ସମୁଦ୍ର ଉପକୂଳରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିପାରେ । ତେଣୁ ଆସନ୍ତା ୧୯ ଓ ୨୦ ତାରିଖରେ ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବା ପାଇଁ ପାଣିପାଗ ବିଭାଗ ସତର୍କ କରାଯାଇଛି । ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜଳସମ୍ପଦ, ମତ୍ସ୍ୟସମ୍ପଦ ଓ ସମସ୍ତ ଜିଲ୍ଳାପାଳମାନଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ବର୍ଷା ଓ ବନ୍ୟା ପରିସ୍ଥିତି ଦେଖାଦେଲେ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଭୁସ୍ଖଳନ ପାଇଁ ମଧ୍ୟ ସତର୍କତା ଅବଲମ୍ବନ କରିବାକୁ ଏସ୍‌ଆରସି କହିଛନ୍ତି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking