27.1 C
Bhubaneswar
Monday, September 23, 2024
Homeଓଡିଶାଆଉ ୨ଦିନ ରାଜ୍ୟରେ ବର୍ଷା ସମ୍ଭାବନା

ଆଉ ୨ଦିନ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ଵର: ରାଜ୍ୟରେ ଅସହ୍ୟ ଶୀତ ସାଙ୍ଗକୁ ଝିପଝିପ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଗତ ତିନି ଦିନ ହେବ ରାଜ୍ୟରେ ଏଭଳି ପାଗ ଦେଖିବାକୁ ମିଳୁଛି । ଅନ୍ୟପଟେ ରାଜ୍ୟରେ ଆଉ ୨ ଦିନ ଏହିପରି କୋହଲା ପାଗ ରହିବ ବୋଲି ସୂଚନା ମିଳିଛି । ଆଜି ଓ କାଲି ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୨୬ରୁ ପାଗରେ ପରିବର୍ତ୍ତନ ଆସିବ ।

ଗତକାଲି ଠାରୁ ଉତ୍ତର ଉପକୂଳ ଓଡିଶା ସମେତ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଝାରସୁଗୁଡା, ସସମ୍ବଲପୁର, ବରଗଡ ପାର୍ଶ୍ଵବର୍ତ୍ତୀ ସୋନପୁର, ବୋଲାଙ୍ଗୀର ଜିଲ୍ଲାର କିଛି ଅଞ୍ଚଳରେ ଲାଗିରହିଛି ହାଲୁକା ବର୍ଷା। ଟ୍ୱିନ ସିଟି ଭୁବନେଶ୍ୱର ଏବଂ କଟକ ରେ ଆଜି କୋହଲା ପାଗ ସହ କିଛି ଅଞ୍ଚଳରେ ହାଲକା ବର୍ଷା ଜାରି ରହିଛି। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ କୋହଲା ପାଗ ଲାଗି ରହିଛି।

ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହୁଥିଲେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ ତାରତମ୍ୟ କମ ରହୁଥିବାରୁ ଥଣ୍ଡା ଅନୁଭୂତ ହେଉଛି । ଆସନ୍ତା ୨୪ ଘଣ୍ଟା ପରେ ପରବର୍ତି ୩ ଦିନ ମଧ୍ୟରେ ୨ରୁ ୩ଡିଗ୍ରୀ ଯାଏଁ ରାତିର ତାପମାତ୍ରା ଖସିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । । ଗତକାଲି ମେଘୁଆ ପାଗ ହେତୁ ଝାରସୁଗୁଡାରେ ସର୍ବୋଚ୍ଚ ଦିନ ତାପମାତ୍ରା ୧୮.୨°C, ସମ୍ବଲପୁର ରେ ୧୮.୭°C ଏବଂ ରାଉରକେଲା ରେ ୧୯.୬°C ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking