18.1 C
Bhubaneswar
Saturday, November 23, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଦୁନିଆରେ ସବୁଠାରୁ କଠିନ କାମ ହେଲା ନିଜେ ନିଜକୁ ଖୁସି ରଖିବା —- ସେଥିପାଇଁ ଖୁସିର ମଉକା ମିଳିଲେ ତାକୁ ଅଣଦେଖା କରନ୍ତୁ ନାହିଁ ।
ଜୀବନ ବି କୁହୁଡି ପରି ହୋଇଥାଏ — ଯେତିକି ଚାଲିବ ରାସ୍ତା ସେତିକି ଦିଶିବାକୁ ଲାଗିବ —-।

କଲମ ଯେତେ ଦାମୀ ହେଉ ନା କାହିଁକି କାଳି ନଥିଲେ ସେ ମୂଲ୍ୟ ହୀନ, ସେମିତି ମଣିଷ ଯେତେ ଶିକ୍ଷିତ ହେଉନା କାହିଁକି, ଯଦି ସଂସ୍କାର ଆଉ ବ୍ଯବହାର ନଥିଲେ ସେ ଶିକ୍ଷା ବି ମୂଲ୍ୟ ହୀନ ।

ନିଜ ଲକ୍ଷ୍ୟକୁ ସେଇ ଲୋକମାନେ ହାସଲ କରନ୍ତି, ଯେଉଁ ମାନେ ପ୍ରତି ମୁହୁର୍ତ୍ତରେ ହେଉଥିବା ଭୁଲ୍ କୁ ସୁଧାରିବାକୁ ଚେଷ୍ଟା କରନ୍ତି ।

ସୂର୍ଯ୍ୟ ଏକା ହିଁ ସବୁବେଳେ ଚମକୁଥାଏ, ନିଜକୁ ସୂର୍ଯ୍ୟ ଭଳି ବନେଇବାକୁ ଶିଖିବା ପାଇଁ ନିଜ ଉପରେ ଭରସା ରଖିବା ନିହାତି ଜରୁରୀ ।

Risk ନ ନେଇ ଜୀବନରେ ଉନ୍ନତି ହେବା ସମ୍ଭବ ନୁହେଁ ।

ଅଦ୍ୟ ଡିସେମ୍ବର ମାସ ୨୧ ତାରିଖ ୨୦୨୩ ମସିହା(ଗୁରୁବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାର୍ଗଶିରମାସ-ଶୁକ୍ଳପକ୍ଷ
ତିଥି- ନବମୀ ଦିବା ଘ ୧୦/୦୧ ପର୍ଯ୍ୟନ୍ତ ତଦନ୍ତେ ଦଶମୀ
ନକ୍ଷତ୍ର- ରେବତୀ ରାତ୍ରି ଘ ୧୧/୦୫ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଵିନୀ
ଚନ୍ଦ୍ର-ମୀନ ରାତ୍ରି ଘ ୧୧/୦୫ ପର୍ଯ୍ୟନ୍ତ ତଦନ୍ତେ ମେଷ
ଯୋଗ- ବାରୀୟ।ନ୍
କରଣ – ତୈତିଳ
ସୌରମାସ- ଧନୁ ୦୬ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୦/୫୬
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୯/୧୯
*✧═════•❁❀
ଯୋଗିନୀ ପୂର୍ବେ ଦିବା ଘ୧୦/୦୧ ଗତେ ଉତ୍ତରେ
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମେଷ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ।ବାରବେଳା – ଦିବା ଘ୦୨/୨୬ ଗତେ ଘ୦୫/୧୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୫୮ ମଧ୍ୟେ ଓରାତ୍ରି ଘ୦୫/୫୬ ଗତେ ଘ ୦୯/୧୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ଲାଉ ଦିବା ଘ ୧୦/୦୧ ଗତେ କଳମଶାଗ ଭକ୍ଷଣ ନିଷେଧ
═✧══•❁❀❁•═════

ଆଜିର ରାଶିଫଳ
✧═════•❁❀❁•════
ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
*✧═════•❁❀❁•════
ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
✧═════•❁❀❁•════
ମିଥୁନ : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।
*✧═════•❁❀❁•════
କର୍କଟ : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।
*✧═════•❁❀❁•════
ସିଂହ: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।
*✧═════•❁❀❁•════
କନ୍ୟା: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

✧═════•❁❀❁•════
ତୁଳା: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।
*✧═════•❁❀❁•════
ବିଛା: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
✧═════•❁❀❁•═════✧
ଧନୁ : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
✧═════•❁❀❁•═════✧
ମକର : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
*✧═════•❁❀❁•════
କୁମ୍ଭ : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
*✧═════•❁❀❁•════
ମୀନ : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking