କପଡ଼ାର ଏକ ଖଣ୍ଡରୁ, ଯେତେବେଳେ ସୂତା ବାହାର କରାଯାଏ, କେବଳ ତୁଳା ରହିଥାଏ ଏବଂ ଯଦି ତୁଳାକୁ ପୋଡି ଦିଆଯାଏ ତେବେ କପଡାର ଅସ୍ତିତ୍ୱ ଲୋପ ହୋଇଯାଏ । ସେହିଭଳି, ଯେତେବେଳେ କାମନା ଦୂର ହୁଏ, “ମୁଁ” ଏବଂ ମନ ଯିବ । କୁହାଯାଇଛି ଯେ ମନର ବିନାଶ ହେଉଛି ଈଶ୍ବରଙ୍କୁ ହୃଦୟଙ୍ଗମ କରିବାର ମାଧ୍ୟମ । ଏକ କପଡ଼ାରୁ ସୂତା କାଢ଼ିବା ପରି କାମନା ଧୀରେ ଧୀରେ ଦୂର ହେବା ଦ୍ୱାରା ମନର ବିରତି ନିଶ୍ଚିତ ଭାବରେ ଅଣାଯାଇପାରେ । ଶେଷରେ, କାମନାକୁ ନିରାସକ୍ତି (ବୈରାଗ୍ୟ) ର ନିଆଁରେ ଝାସ ଦେବାକୁ ପଡିବ । ଜୀବନକୁ ଏକ ଲମ୍ବା ରେଳ ଯାତ୍ରା ପରି ଦେଖ । ଏହି ଯାତ୍ରାରେ ଭାରୀ ଜିନିଷପତ୍ର ନେବା ଭଲ ନୁହେଁ । ଆର୍ତ୍ତି (ଯନ୍ତ୍ରଣା), ଆର୍ଥାର୍ଥୀ (ବସ୍ତୁର ଇଚ୍ଛା), ଜିଜ୍ଞାସୁ (ବୁଝିବାକୁ ଆଗ୍ରହୀ) ଏବଂ ଜ୍ଞାନୀ (ଆତ୍ମ-ହୃଦୟଙ୍ଗମ) ପରି ରାସ୍ତାରେ ଷ୍ଟେସନ୍ ଅଛି । ଜଣେ କମ୍ ଜିନିଷପତ୍ର ବହନ କଲେ ଅଧିକ ସହଜ ଏବଂ ଶୀଘ୍ର ବିଭିନ୍ନ ପର୍ଯ୍ୟାୟରେ ଯାଇ ଗନ୍ତବ୍ୟ ସ୍ଥଳରେ ପହଞ୍ଚିପାରିବ । ପ୍ରାଥମିକ ଆବଶ୍ୟକତା, ତେଣୁ, କାମନା ଦୂର କରିବା । .
ଜଣେ ନିଜ ଗନ୍ତବ୍ୟ ସ୍ଥଳରେ କେବେହେଲେ ପହଞ୍ଚି ପାରିବ ନାହିଁ, ଯଦି ସେ ବାରମ୍ବାର ଅଟକି ଭୁକୁଥିବା କୁକୁରଙ୍କ ଉପରେ ପଥର ପକାଇବା ଆରମ୍ବ କରିବ….
ବେଳେ ବେଳେ ଜୀବନ ରେ ଜୋକର ଭଳି ବଞ୍ଚିବାକୁ ପଡେ….
ମନ ଭିତରଟା ଯନ୍ତଣା ରେ ଜଳୁଥିଲେ ବି ଉପରେ ହସିବାକୁ ପଡେ….
ଅଦ୍ୟ ଜୁଲାଇ ମାସ ୧୯ ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଆଷାଢ଼ ମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ରାତ୍ରି ଘ ୦୭/୫୨ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ମୂଳା ରାତ୍ରି ଘ୦୩/୪୮ ଗତେ ପୂର୍ବାଷାଢ଼ା
ଚନ୍ଦ୍ର- ଧନୁ
ଯୋଗ- ବ୍ରହ୍ମ
କରଣ – କୌଳବ
ସୌରମାସ- କର୍କଟ ୦୪ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୦୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୫୪
*✧═════•❁❀
ଯୋଗିନୀ ଦକ୍ଷିଣେ ରାତ୍ରି ଘ ୦୭/୫୨ ଗତେ ପଶ୍ଚିମେ
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ତୁଳା ଓ କୁମ୍ଭ ରାଶି ର ଘାତଚନ୍ଦ୍ର
ବିଛା ,ଧନୁ ଓ ମୀନ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୮/୩୮ ଗତେ ଘ୧୧/୫୪ ମଧ୍ୟେ
ମୃତେ ପୁଷ୍କର ଦୋଷ ନାସ୍ତି
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୯ ମଧ୍ୟେ ଓ ଘ୦୭/୪୫ ଗତେ ଘ୦୮/୩୭ମଧ୍ୟେ ଓ ଘ୧୨/୩୪ ଗତେ ଘ୦୨/୧୧ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୧/୧୧ ଗତେ ଘ୧୨/୦୦ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବାଇଗଣ ରାତ୍ରି ଘ୦୭/୫୧ ଗତେ ବିରି ଭକ୍ଷଣ ନିଷେଧ
✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
: ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*
✧═════•❁❀❁•═════✧
ବୃଷ
: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
✧═════•❁❀❁•═════✧
ମିଥୁନ
: ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*
✧═════•❁❀❁•═════✧
କର୍କଟ
: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*
✧═════•❁❀❁•═════✧
ସିଂହ
: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
✧═════•❁❀❁•═════✧
କନ୍ୟା
: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*
✧═════•❁❀❁•═════✧
ତୁଳା
: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
✧═════•❁❀❁•═════✧
ବିଛା
: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*
✧═════•❁❀❁•═════✧
ଧନୁ
: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
✧═════•❁❀❁•═════✧
ମକର
ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*
✧═════•❁❀❁•═════✧
କୁମ୍ଭ
: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*
✧═════•❁❀❁•═════✧
ମୀନ
: ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।