ଦୁଃଖୀ ମଣିଷର ଲୁହ ଏକା ସାଥି*
ସୁଖର ସାଥି ତ ହସ,
ଓଠ ପିଇଯାଏ ଲୁହର ନଈକୁ
କ୍ଲାନ୍ତ ମନ ହୁଏ ତୋଷ।
ସମ୍ମାନ ଦେବା ଯଦି ଶିଖିବାର ଅଛି ତାହେଲେ କଲମ ଠାରୁ ଶିଖ କାହିଁକି ନା ଯେତେବେଳେ ବି ସେ ଚାଲିଥାଏ ମୁଣ୍ଡ ନୁଆଁଇ ଚାଲିଥାଏ ।
ଗରିବ ହେଲେ ଲୋକେ ଅଣଦେଖା କରିବେ,ପରିଶ୍ରମ ନ କଲେ ଲୋକେ ହସିବେ ଆଉ ସଫଳତା ପାଇଲେ ଲୋକେ ଜଳିବେ ।*
ପ୍ରତ୍ୟେକ ଜିନିଷ Easy, ଯେତେବେଳେ ତୁମେ Busy ଥାଅ କିନ୍ତୁ କୌଣସି ଜିନିଷ Easy ନୁହେଁ,ତୁମେ ଯେତେବେଳେ ତୁମେ Lazy ଥାଅ ।*
ଜୀବନରେ ସବୁସମୟରେ ଉପଯୁକ୍ତ ମାର୍ଗରେ ରହି ନିଜେ ହସି ଅନ୍ୟକୁ ହସେଇବାକୁ ଚେଷ୍ଟା କରନ୍ତୁ….
କାହିଁକିନା
ଏ ଜୀବନ ଆଉ କେତେଦିନ ବାକି ଅଛି ତାହା କାହାକୁ ଜଣା ନାହିଁ
ଅଦ୍ୟ ଅଗଷ୍ଟ ମାସ ୦୩ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଶ୍ରାବଣମାସ- କୃଷ୍ଣପକ୍ଷ
ତିଥି- ଚତୁର୍ଦ୍ଦଶୀ ଦିବା ଘ ୦୪/୦୨ ଗତେ ଅମାବାସ୍ୟା
ନକ୍ଷତ୍ର- ପୁନର୍ବସୁ ଦିବା ଘ୧୨/୫୨ ଗତେ ପୁଷ୍ୟା
ଚନ୍ଦ୍ର-ମିଥୁନ ଦିବା ଘ୦୬/୩୨ ଗତେ କର୍କଟ
ଯୋଗ- ବଜ୍ର
କରଣ – ଶକୁନି
ସୌରମାସ- କର୍କଟ ୧୯ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୨୭/୪୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/୨୪
*✧═════•❁❀
ଯୋଗିନୀ ପଶ୍ଚିମେ ଦିବା ଘ ୦୪/୦୨ ଗତେ ଐଶାନ୍ୟେ
ଚତୁର୍ଦ୍ଦଶୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ବୃଷ,ସିଂହ ଓ କନ୍ୟା ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୦୫ ମଧ୍ୟେ ଓ ଦିବା ଘ୦୪/୪୦ ଗତେ ଘ୦୬/୧୭ ମଧ୍ୟେ
ବାରବେଳା – ଦିବା ଘ୦୧/୨୮ ଗତେ ଘ୦୩/୦୫ ମଧ୍ୟେ
ମୃତେ ଦ୍ଵିପାଦପୁଷ୍କର ଦୋଷ ଦିବା ଘ୧୨/୫୨ ଗତେ ଏକପାଦପୁଷ୍କର ଦୋଷ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୨୭ ଗତେ ଘ୧୨/୪୧ମଧ୍ୟେ ଓରାତ୍ରି ଘ୦୮/୪୦ ଗତେ ଘ୧୧/୦୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
*ଅଦ୍ୟ ବିରି ଦିବା ଘ ୦୪/୦୨ ଗତେ ଆମିଷ ଭକ୍ଷଣ ନିଦେଡ
✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*
✧═════•❁❀❁•═════✧
ବୃଷ
ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ | କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ | ବ୍ୟାପାର ଲାଭଦାୟକ ରହିବ | ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତ ରହିବେ |*
✧═════•❁❀❁•═════✧
ମିଥୁନ
ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ | ସାହିତ୍ୟ, କଳା କ୍ଷେତ୍ରରେ ସୁନାମ ଅର୍ଜନ କରିବେ | କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ | ବ୍ୟାପାର ମଧ୍ୟମ ରହିବ | ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ |*
✧═════•❁❀❁•═════✧
କର୍କଟ
ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନ ରହିବ | ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ | ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ ।*
✧═════•❁❀❁•═════✧
ସିଂହ
ଆଜି ବ୍ୟୟବୃଦ୍ଧି ହେବ | ଚକ୍ଷୁ ପୀଡା ଦେଖାଦେବ | ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ | କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ | ବ୍ୟାପାରରେ କ୍ଷତି ସହିପାରନ୍ତି | ପରିବାରରେ କୌଣସି ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ |*
✧═════•❁❀❁•═════✧
କନ୍ୟା
ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ | ଶୁଭ ସମାଚାର ମିଳିପାରେ | କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ | ବ୍ୟାପାର ଲାଭଦାୟୀ ରହିବ | ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ |*
✧═════•❁❀❁•═════✧
ତୁଳା
ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ | ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ | ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ସ୍ଥାନଂତରଣ ଯୋଗ ରହିଛି | ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ | ପରିବାରରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ |*
✧═════•❁❀❁•═════✧
ବିଛା
ଆଜି ଉପହାର ମିଳିପାରେ | କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ | କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ | କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ | ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ | ପରିବାରରେ ସୁଖରେ ସମୟ କାଟିବେ |*
✧═════•❁❀❁•═════✧
ଧନୁ
ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି | ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ-ସମ୍ମାନ ମିଳିପାରେ | କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ଗ୍ରାହକକୁ ମିଠା କଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି | ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ |*
*✧═════•❁❀❁•═════✧*ମକର
ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ | ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ | ଅଯଥା ଖର୍ଚ୍ଚ ବଢ଼ିଯିବ | କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ | ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ ।*
✧═════•❁❀❁•═════✧
କୁମ୍ଭ
ଆଜି ସ୍ୱାସ୍ଥ୍ୟ ବିଗିଡିଯାଇପାରେ | କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ | ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ | ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ | କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ | ବ୍ୟାପାରରେ ଦିନଟି ଅଶୁଭ ରହିପାରେ | ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ |*
✧═════•❁❀❁•═════✧
ମୀନ
ଆଜି କୌଣସି ମନୋରଞ୍ଜନ ପାଇଁ ବାହାରକୁ ଯାଇପାରନ୍ତି | ଆର୍ଥିକ ଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ | ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ | କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ | ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି ।










