27.1 C
Bhubaneswar
Friday, September 27, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଉପଯୋଗ ନ ଥିଲେ – ଧନ ବ୍ଯର୍ଥ*
ବିନମ୍ରତା ନ ଥିଲେ – ବିଦ୍ଯା ବ୍ଯର୍ଥ
ସାହସ ନ ଥିଲେ – ଅସ୍ତ୍ରଶସ୍ତ୍ର ବ୍ଯର୍ଥ
ଗୁଣ ନ ଥିଲେ – ରୂପ ବ୍ଯର୍ଥ
ପରୋପକାର ନ କଲେ – ଜୀବନ ବ୍ଯର୍ଥ

ଖରାପ ଆଚରଣ ତ୍ୟାଗ କରିବା ସଙ୍ଗେ ସଙ୍ଗେ ନିଜେ ଶୁଦ୍ଧ ହେବା ସହିତ ନିଜର ଭାଷା, କର୍ମକୁ ଶୁଦ୍ଧ କରି ଦୟା, କ୍ଷମା, ସତ୍ୟ, ପ୍ରେମକୁ ଆପଣେଇବା ଦରକାର । ଏହାଦ୍ୱାରା ଜୀବନର ସକଳ ସୁଖ ଲାଭ କରାଯାଇପାରେ ।

ମଣିଷ ମାତ୍ରକେ ଭୁଲ୍ ଅଛି, ଭୁଲ୍ କରିବା ମଣିଷର ଭୁଲ୍ ନୁହେଁ ବରଂ ସେହି ମଣିଷ ମହାନ୍ ହୋଇଥାଏ, ଯେଉଁ ମଣିଷ ଭୁଲ୍ ବୁଝି ଠିକ୍ ବାଟକୁ ଚୟନ କରିଥାଏ ।*

ଭଗବାନଙ୍କର ଅଦାଲତରେ ଓକିଲ ଦରକାର ନାହିଁ , ନିରବ ରୁହନ୍ତୁ କର୍ମ କରିଚାଲନ୍ତୁ ସମସ୍ତଙ୍କର ହିସାବ ଚାଲିଛି ।

ଜୀବନରେ ଥରେ ଭରସା ଭାଙ୍ଗିଲା ପରେ ଆଉ Sorry ର କିଛି ମହତ୍ତ୍ଵ ନାହିଁ…..।
ଜୀବନର ରୋଜଗାର… ଧନ, ଦୌଲତ ରେ ମପା ଯାଏ ନାହିଁ….

ଅନ୍ତିମ ଯାତ୍ରା ର ଭିଡ ବତାଇ ଦିଏ, କିଏ କଣ ଆଉ କେମିତି ରୋଜଗାର କରିଥିଲା….

ଅଦ୍ୟ ସେପ୍ଟେମ୍ବର ମାସ ୨୫ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଆଶ୍ୱିନମାସ- କୃଷ୍ଣପକ୍ଷ
ତିଥି- ଅଷ୍ଟମୀ ଦିବା ଘ୧୨/୧୮ ଗତେ ନବମୀ
ନକ୍ଷତ୍ର- ଆର୍ଦ୍ରା ରାତ୍ରି ଘ୧୧/୧୫ ଗତେ ପୁନର୍ବସୁ
ଚନ୍ଦ୍ର – ମିଥୁନ
ଯୋଗ- ବରିୟ।ନ୍
କରଣ – କୌଳବ
ସୌରମାସ- କନ୍ୟା ୧୦ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୦/୫୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୮/୨୬
*✧═════•❁❀
ଯୋଗିନୀ ଐଶାନ୍ୟେ ଦିବା ଘ୧୨/୧୮ ଗତେ ପୂର୍ବେ
ଅଷ୍ଟମୀର ଏକୋଡ଼ିଷ୍ଟ ଓ ନବମୀ ର ପାର୍ବଣ ଶ୍ରାଦ୍ଧ ମହାଳୟା ବିଧିରେ ହେବ
କନ୍ୟା ରାଶିର ଘାତଚନ୍ଦ୍ର
କର୍କଟ ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୮/୪୦ଗତେ ଘ୧୦/୧୧ ମଧ୍ୟେ
ବାରବେଳା – ଦିବା ଘ୧୧/୪୦ ଗତେ ଘ୦୧/୧୧ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ଘ୦୬/୨୮ ମଧ୍ୟେ ଓ ଘ୦୭/୧୬ ଗତେ ଘ୦୮/୦୫ ମଧ୍ୟେ ଓ ଘ୧୦/୨୮ ଗତେ ଘ୧୧/୪୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୨୯ ଗତେ ଘ୦୭/୧୭ ମଧ୍ୟେ ଓ ଘ୦୧/୪୨ ଗତେ ଘ୦୪/୦୫ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ନଡ଼ିଆ ଦିବା ଘ୧୨/୧୮ ଗତେ ଲାଉ ଭକ୍ଷଣ ନିଷେଧ
✧═════•❁❀❁•═════
ମେଷ
ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।*
✧═════•❁❀❁•═════

ବୃଷ
ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।*
✧═════•❁❀❁•═════

ମିଥୁନ
ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।*

✧═════•❁❀❁•═════
କର୍କଟ
ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।*

✧═════•❁❀❁•═════
ସିଂହ
ଆଜି ବ୍ୟୟବୃଦ୍ଧି ହେବ ତେବେ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମାରେ ସନ୍ତୋଷଜନକ ଫଳ ପାଇବେ।*
✧═════•❁❀❁•═════✧

କନ୍ୟା
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ନିଶ୍ଚିତ ମିଳିବ । ଆକସ୍ମିକ ଭାବରେ କୈ।ଣଶି କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଅଯଥା ଖର୍ଚ୍ଚାନ୍ତ ହେବେ। ଦେହ ଆରୋଗ୍ୟ ହେବାସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ।*

✧═════•❁❀❁•═════
ତୁଳା
ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ।ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।*
✧═════•❁❀❁•═════

ବିଛା
ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।*
✧═════•❁❀❁•═════

ଧନୁ
ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।*
*✧═════•❁❀❁•═════

ମକର
ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।*
✧═════•❁❀❁•═════

କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ।*

✧═════•❁❀❁•═════
ମୀନ
ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ଆଜି ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ। କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking