ଯେଉଁଲୋକ କଷ୍ଟ ବୁଝିପାରନ୍ତି ସେମାନେ କେବେବି କଷ୍ଟର କାରଣ ହୁଅନ୍ତି ନାହିଁ।
ପବନ ଯେତେ ପ୍ରଖର ହେଲେ ମଧ୍ୟ୍ ପାହାଡର କୌଣସି କ୍ଷତି କରିପାରେନା,
ଠିକ୍ ସେହିପରି ନିନ୍ଦା ହେଉକି ପ୍ରଶଂସା
ଜ୍ଞାନୀ ଗୁଣୀଙ୍କ ଉପରେ କୌଣସି ପ୍ରଭାବ ପକାଇପାରେ ନାହିଁ ।
ନିଜେ ନିଜ ଉପରେ ବିଶ୍ୱାସ ରଖନ୍ତୁ, ଭଗବାନ ନିଶ୍ଚୟ ସହାୟ ହେବେ। ଲୋକେ ତ କିଛି ନା କିଛି କହିବେ, ତାଙ୍କର କାମ ହେଲା କହିବା।
ତୁମକୁ ଏ ଦୁନିଆରେ ତୁମର ଭାଗ୍ୟ ନିଜେ ହିଁ ଲେଖିବାକୁ ପଡିବ କାରଣ ଏହା ଚିଠି ନୁହେଁ ଯାହାକୁ ତୁମେ ଅନ୍ୟମାନଙ୍କ ଦ୍ୱାରା ଲେଖାଇ ଦେବ।
ବିଶ୍ବାସ କର ବା ନ କର, ଏହା ହିଁ ବାସ୍ତବ
ଯାହା ପାଇଁ ତୁମେ ଦିନ ପରେ ଦିନ Sacrifices କରିବ ଦିନେ ସେହି ତୁମକୁ ଅପମାନ କରିବ , ଆଉ ତୁମ ଅବଦାନକୁ ଭୁଲିଯିବ ।
ସନ୍ଦେହ ଓ ଅବିଶ୍ବାସ ମଣିଷକୁ ସବୁ ସମ୍ପର୍କରୁ ଦୂରକୁ ନେଇଯାଏ….
ତେଣୁ
କୌଣସି କଥାର ସତ୍ୟତା ନ ଜାଣି କାହାକୁ ସନ୍ଦେହ କରିବା ଠିକ୍ ନୁହେଁ….
ଅଦ୍ୟ ଜୁନ ମାସ ୧୭ ତାରିଖ ୨୦୨୫ ମସିହା (ମଙ୍ଗଳବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଆଷାଢ଼ମାସ- କୃଷ୍ଣପକ୍ଷ
ତିଥି- ଷଷ୍ଠୀ ଦିବା ଘ୦୨/୫୦ ଗତେ ସପ୍ତମୀ
ନକ୍ଷତ୍ର- ଶତଭିଷା ରାତ୍ରି ଘ୦୧/୪୧ ଗତେ ପୂର୍ବ ଭାଦ୍ର
ଚନ୍ଦ୍ର- କୁମ୍ଭ
ଯୋଗ- ବିସ୍କୁମ୍ଭ
କରଣ – ବାଣିଜ୍ୟ
ସୌରମାସ- ମିଥୁନ ୦୩ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୦୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୪୫
*✧═════•❁❀
ଯୋଗିନୀ ପଶ୍ଚିମେ ଦିବା ଘ୦୨/୫୦ ଗତେ ବାୟବ୍ୟେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର
ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୧/୩୪ ଗତେ ଘ୦୩/୦୩ ମଧ୍ୟେ
ବାରବେଳା- ଦିବା ଘ୦୬/୫୦ ଗତେ ଘ୦୮/୨୯ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୪୯ ମଧ୍ୟେ ଓ ଘ୦୯/୧୨ ଗତେ ଘ୧୧/୩୮ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୦୫ ଗତେ ଘ୦୩/୪୯ ମଧ୍ୟେ ଓ ଘ୦୪/୩୬ ଗତେ ଘ୦୫/୨୫ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ନିମ୍ବ ଦିବା ୦୨/୫୦ ଗତେ ତାଳ ଭକ୍ଷଣ ନିଷେଧ
═✧*══•❁❀❁•═════✧
ରାଶି ଫଳ ✧═════•❁❀❁•═════
ମେଷ :
ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*
✧═════•❁❀❁•═════
ବୃଷ :
ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।*ଲ
✧═════•❁❀❁•═════
ମିଥୁନ :
ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।*
✧═════•❁❀❁•═════
କର୍କଟ :
ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।*
✧═════•❁❀❁•═════
ସିଂହ :
ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।*
✧═════•❁❀❁•═════
କନ୍ୟା :
ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।*
✧═════•❁❀❁•═════
ତୁଳା :
ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ । ।*
✧═════•❁❀❁•═════
ବିଛା :
ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।*
✧═════•❁❀❁•═════*
ଧନୁ :
ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।*
✧═════•❁❀❁•═════
ମକର :
ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।*
✧═════•❁❀❁•═════
କୁମ୍ଭ :👉 ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।
✧═════•❁❀❁•═════
ମୀନ :
ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।










