27.1 C
Bhubaneswar
Tuesday, July 15, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ସ୍ମୃତି ନେଇ ବଞ୍ଚି ରହିବାଠୁ ସ୍ବପ୍ନ ନେଇ ବଞ୍ଚି ରହିବା ଅନେକ ଭଲ କାରଣ ସ୍ମୃତି ମଣିଷକୁ କଷ୍ଟ ଦିଏ ଆଉ କନ୍ଦାଏ କିନ୍ତୁ ସ୍ବପ୍ନ ମଣିଷକୁ ନୂଆ କିଛି ଆଶା ଦେଖାଏ
କଷ୍ଟ ଏମିତି ଗୋଟିଏ ଜିନିଷ ଯାହା କେବଳ ନିଜକୁ ବହନ କରିବାକୁ ପଡିଥାଏ କେହି ଏହାର ଭାଗ ନେବାକୁ ଚାହାଁନ୍ତି ନାହିଁ ।
ମଣିଷ ନିଜେ ଭୁଲ୍ କରିଥାଏ ଆଉ ସେ ଭୁଲ୍ କୁ ସହଜରେ ଭୁଲି ଯାଏ କିନ୍ତୁ ଅନ୍ୟର ଭୁଲ୍ କୁ ଗୋଟି ଗୋଟି ମନେ ରଖିଥାଏ ।
ଖୁସି ରହିବାର ସହଜ ଉପାୟ “ଭରଷା” ନିଜ ଉପରେ ରଖ ଅନ୍ୟ ଉପରେ ନୁହେଁ । ଉପଦେଶ
ସମସ୍ତେ ଦେବା ପାଇଁ ପସନ୍ଦ କରନ୍ତି କିନ୍ତୁ କେହି ନେବା ପାଇଁ ପସନ୍ଦ କରନ୍ତି ନାହିଁ
ଜିଭ ଜନ୍ମ ପୂର୍ବରୁ ଆସିଥାଏ, ଆଉ ଶେଷ ପର୍ଯ୍ୟନ୍ତ ରହିଥାଏ….
କିନ୍ତୁ
ଦାନ୍ତ ଜନ୍ମ ପରେ ଆସି ମୃତ୍ୟୁ ପୂର୍ବରୁ ଚାଲିଯାଇଥାଏ, ତେଣୁ ଚିରସ୍ମରଣୀୟ ହୋଇ ରହିବାକୁ ହେଲେ, ଜିଭ ପରି କୋମଳ ହୁଅନ୍ତୁ ଦାନ୍ତ ପରି କଠୋର ନୁହେଁ….

ଅଦ୍ୟ ଜୁନ ମାସ ୨୯ ତାରିଖ ୨୦୨୫ ମସିହା (ରବିବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଆଷାଢ଼ମାସ- ଶୁକ୍ଳପକ୍ଷ
ତିଥି- ଚତୁର୍ଥୀ ଦିବା ଘ୦୯/୦୦ ଗତେ ପଞ୍ଚମୀ
ନକ୍ଷତ୍ର-ଅଶ୍ଳେଷା ଦିବା ଘ୦୭/୦୦ ଗତେ ମଘା
ଚନ୍ଦ୍ର- କର୍କଟ ଦିବା ଘ୦୭/୦୦ ଗତେ ସିଂହ
ଯୋଗ- ବଜ୍ର
କରଣ – ବିଷ୍ଟି
ସୌରମାସ- ମିଥୁନ ୧୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୪୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୫୯
*✧═════•❁❀
ଯୋଗିନୀ ନୈରୁତେ ଦିବା ଘ୦୯/୦୦ ଗତେ ଦକ୍ଷିଣେ
ମେଷ ରାଶିର ଘାତବାର
ପଞ୍ଚମୀ ରଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୧୦/୦୯ ଗତେ ଘ୦୧/୨୫ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୦ ଗତେ ଘ୦୯/୧୪ ମଧ୍ୟେ ଓ ଘ୦୧/୨୭ ଗତେ ଘ୦୨/୦୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୩୮ ଗତେ ଘ୦୪/୨୬ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ମୂଳା ଦିବା ଘ୦୯/୦୦ ଗତେ ବେଲ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
: ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════
ବୃଷ
: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
✧═════•❁❀❁•═════
ମିଥୁନ
: ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════
ସିଂହ
: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
✧═════•❁❀❁•═════
କନ୍ୟା
: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
✧═════•❁❀❁•═════
ତୁଳା
: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
✧═════•❁❀❁•═════
ବିଛା
: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*
✧═════•❁❀❁•═════
ଧନୁ
: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
✧═════•❁❀❁•═════
ମକର
: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════
କୁମ୍ଭ
: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════
ମୀନ
: ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking