ଜ୍ଞାନ ହିଁ ଏକମାତ୍ର ଉପାଦାନ, ଯାହା ମଣିଷ ପାଖରୁ ଯେ କୌଣସି ପରିସ୍ଥିତିରେ ମଧ୍ୟ ଦୁରେଇ ନଥାଏ ।
ନିରନ୍ତର କାମ କରୁଥିବା ବ୍ୟକ୍ତି ଯେ ସଫଳ ହୋଇଥାଏ, ଏ ଉଦାହରଣ ସମସ୍ତଙ୍କ ପାଇଁ କାର୍ଯ୍ୟକାରୀ ନୁହେଁ, ବରଂ ନିଷ୍ଠାକୁ ଚାବି ମନେ କରି ଅଗ୍ରସର ହେବା ଉଚିତ ।
କଥାରେ ଅଛି ଅଣ୍ଟିରେ ଟଙ୍କା ଥିଲେ ଦୁନିଆଁ ଲୋକଙ୍କୁ ଚିହ୍ନିବ
” ଆଉ ”
ଟଙ୍କା ନ ଥିଲେ ନିଜ ଲୋକଙ୍କୁ ଚିହ୍ନିବ।
ଦୋଷ ଯାହାର ବି ହେଉ ନା କାହିଁକି ” ଲୁହ ”
ସବୁବେଳେ ନିର୍ଦୋଷ ଆଖିରୁ ହିଁ ଝରିଥାଏ ।
ଗୋଟେ ସମୟ ଏମିତି ବି ଥିଲା, ନା Mobile
ନା Internet ସହ ଆମର ଏତେ ସମ୍ପର୍କ ଥିଲା,
ସେତେବେଳେ କିନ୍ତୁ
ଆମ ପାଖେ ଆମର ପ୍ରକୃତ ଖୁସି ଥିଲା…..
ଆମେ ଆମର ଭବିଷ୍ୟତ ତ ବଦଳେଇ ପାରିବାନି ହେଲେ ଆମର ଅଭ୍ୟାସ କୁ ନିଶ୍ଚିତ ବଦଳେଇ ପାରିବା….
ଯାହା ଆମ ଭବିଷ୍ୟତ ବଦଳେଇବାରେ ଆମକୁ ସାହାଯ୍ୟ କରିବ…
ଅଦ୍ୟ ଜୁଲାଇ ମାସ ୧୧ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଆଷାଢ଼ମାସ- କୃଷ୍ଣପକ୍ଷ
ତିଥି- ପ୍ରତିପଦ ରାତ୍ରି ଘ୦୨/୨୦ ଗତେ ଦ୍ଵିତୀୟା
ନକ୍ଷତ୍ର-ପୁର୍ବାଷାଢ଼ା ପ୍ରାତଃ ଘ୦୬/୫୦ ଗତେ ଉତ୍ତରାଷାଢ଼ା
ଚନ୍ଦ୍ର- ଧନୁ ଦିବା ଘ୦୧/୦୦ ଗତେ ମକର
ଯୋଗ- ବୈଧୃତି
କରଣ – ବାଳବ
ସୌରମାସ- ମିଥୁନ ୨୭ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୧୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୨୬
*✧═════•❁❀
ଯୋଗିନୀ ପୂର୍ବେ ରାତ୍ରି ଘ୦୨/୨୦ ଗତେ ଉତ୍ତରେ
ସିଂହ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୮/୩୫ ଗତେ ଘ୧୧/୫୦ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୧୧/୫୧ ଗତେ ଘ୦୧/୪୬ ମଧ୍ୟେ ରାତ୍ରି ଘ୦୮/୩୮ ଗତେ ଘ୦୧/୦୨ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୧୦ ଗତେ ଘ୦୭/୦୪ ମଧ୍ୟେ ═✧══•❁❀❁•═*════✧
ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।*
═════•❁❀❁•═════
ବୃଷ
ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
✧═════•❁❀❁•═════
ମିଥୁନ
ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ମୃଗଶିରା ନକ୍ଷତ୍ର ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ,ବ୍ୟବସାୟ କିମ୍ବା ପରିବହନରେ ବାଧା ଓ ଶତ୍ରୁ ବୃଦ୍ଧି ହେବ
═════•❁❀❁•═════
କର୍କଟ
ଆଜି ବିଳମ୍ବିତ ସମୟରେ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡିପାରନ୍ତି।
✧═════•❁❀❁•═════
ସିଂହ
ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
✧═════•❁❀❁•═════
କନ୍ୟା
ଆଜି ଉପୁଜିଥିବା ପ୍ରତିବନ୍ଧକ କୁ ବନ୍ଧୁଙ୍କ ମାଧ୍ୟମରେ ମେଣ୍ଟାଇବେ।କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ।
✧═════•❁❀❁•═════
ତୁଳା
ଆପଣସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ଆଗଭଳି ପ୍ରିୟ ବନ୍ଧୁଟିର ମନୋଭାବ ନ ଥିବା ତାହାଙ୍କର କାର୍ଯ୍ୟଶୈଳୀରୁ ଅନୁଭବ କରିପାରନ୍ତି।
✧═════•❁❀❁•═════
ବିଛା
ଅଧିକାଂଶ କ୍ଷେତ୍ରରେ ବିଚାର ବିଗିଡିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଆର୍ଥିକ ଦିଗକୁ ପରିପୁଷ୍ଟ କରିବେ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
✧═════•❁❀❁•═════
ଧନୁ
ଆଜି ଦିନଟି ଆପଣଙ୍କ ପାଇଁ କ୍ଷତିକାରକ ହେବନାହିଁ। କିନ୍ତୁ କାଳକ୍ଷେପଣ ନୀତି ସଙ୍ଗକୁ ଆଳସ୍ୟ ଓ ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
✧═════•❁❀❁•═════
ମକର
ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ଫେରିପାରିବେ ନାହିଁ।
✧═════•❁❀❁•═════
କୁମ୍ଭ
*ସମ୍ପର୍କୀୟଙ୍କ ସହ ବିବାଦ ଘନେଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
✧═════•❁❀❁•═════
ମୀନ
ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି ନ ପାରି ବିବ୍ରତ ବୋଧ କରି ପାରନ୍ତି। ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।










