ମଣିଷ ପଛରେ ଯିଏ ଚାଲେ..
ତା ନାଁ “ଛାୟା”
ମଣିଷ ଯାହା ପଛରେ ଚାଲେ..
ତା ନାଁ “ମାୟା
ବିବେକ ହେଉଛି ଏପରି ଏକ ରାସ୍ତା ତାକୁ ଠିକ୍ ଭାବେ ନ ଚିହ୍ନି ହେୟଜ୍ଞାନ କରିଗଲେ ବାଟବଣା ହେବାକୁ ପଡେ, ଅସାବଧାନତାରେ ଗଲେ ଦୁର୍ଘଟଣାର ଶିକାର ହେବାକୁ ପଡିଥାଏ ଆଉ ତାକୁ ଠିକ୍ ଭାବେ ଚିହ୍ନି, ତା ନିୟମ ମାନି ଚାଲିଲେ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ଆନନ୍ଦ ଉପଭୋଗ କରି ହୋଇଥାଏ ।
ନିଜେ ଜଣେ ଶକ୍ତିଶାଳୀ ମନୁଷ୍ଯ ହେଲେ ଶକ୍ତିର ଉପଯୋଗ କରିପାରିବ, ମାତ୍ର ଅହଂଭର୍ତ୍ତି, ସ୍ବୟାଭର୍ତି, ହିଂସାବାଦ, ଈର୍ଷା, ଦ୍ବେଷ କାମନା, ବାସନାରେ ଯଦି ଡୁବିରହି ନିଜକୁ ଶକ୍ତିଶାଳୀ ଭାବିବ ତାହାଲେ କେବେ ବି ହେଲେ ଶକ୍ତିଶାଳୀ ହୋଇ ପାରିବ ନାହିଁ । ଯଦି ସେ ସବୁକୁ ତ୍ଯାଗ କରିବ, ତା ହାଲେ ସୁ-ମଣିଷ ହୋଇ ପାରିବ ।
Social Media ରେ କାହାକୁ Block କରିବା ବହୁତ
ସହଜ..
” କିନ୍ତୁ
ହୃଦୟରୁ କାହାକୁ Block କରିବା ବହୁତ କଷ୍ଟ
ଏ ପୃଥିବୀରେ ଦୁଇ ଜଣ ଜ୍ୟୋତିଷ ଅଛନ୍ତି, ଜଣେ ମନର କଥା ବୁଝିପାରେ ତ ଆଉ ଜଣେ ଭବିଷ୍ୟତ କଥା….
ଯିଏ ମନର କଥା ବୁଝିପାରେ ସେ ହେଉଛି ମା
ଯିଏ ଭବିଷ୍ୟତ କଥା ବୁଝିପାରେ ସେ ହେଉଛନ୍ତି ବାପା….
ସମୟ କାହାକୁ ସୁଯୋଗ ଦେଇ ନଥାଏ,ତେଣୁ ସୁଯୋଗ ଦେଖି ସମୟକୁ ବ୍ୟବହାର କରନ୍ତୁ।
ପ୍ରତ୍ୟେକ ମଣିଷ ଜୀବନରେ ସମୟର ଏକ ପାହାଚ ରହିଛି, ସେହି ପାହାଚକୁ ଅତିକ୍ରମ କରି ଆଗକୁ ବଢିବାକୁ ହିଁ ପଡ଼ିଥାଏ।
ବିଶ୍ୱାସ…ଶକ୍ତି,ସାମର୍ଥ୍ୟ ଯୋଗାଇ ଦେଇଥାଏ,ତେଣୁ ପାହାଚ ଚଢ଼ିବାକୁ କୌଣସି ଅସୁବିଧା ନ ଥାଏ।
ସନ୍ଦେହ ଏକ ସିଉଳି ସଦୃଶ ଅଟେ। ସନ୍ଦେହକୁ ଆପଣାର କଲେ,ମଣିଷ ତଳ ପାହାଚକୁ ଖସିଯାଏ।
ଯିଏ କନ୍ଦାଏ ସିଏ ବି ଦିନେ କାନ୍ଦିବ,ଏଇଟା ଅଭିଶାପ ନୁହେଁ ଉପର ବାଲାର ବିଚାର।
ଆଗେ ଚାଲିଥାଏ ସମୟର ଚକ
ପଛେ ଚାଲିଥାଏ ମୁହିଁ,
ଯେତେ ଚାଲିଲେବି ସମୟ ପଛରେ
ତାକୁ ଧରି ହୁଏ ନାହିଁ ।
ଦିନକୁ ଦିନ ଚାଲାକ୍ ହେଉଥିବା ଏଇ ସ୍ଵାର୍ଥପର ଦୁନିଆଁରେ ବୁଦ୍ଧୁ ହୋଇ ରହିବା ଖୁବ୍ କଷ୍ଟକର ….।
କହିବାକୁ ଅନେକ କିଛି କଥା ଥିବା ସମୟରେ ନୀରବତାକୁ ଆପଣେଇ ନେବା ଖୁବ୍ ଯନ୍ତ୍ରଣାଦାୟକ …..।
ସତ କ’ଣ ସମସ୍ତେ ଜାଣିବାକୁ ଇଚ୍ଛା କରନ୍ତି କିନ୍ତୁ ଜଣେ ସଚ୍ଚା ମଣିଷ ହେବାକୁ କେହି ଚାହାଁନ୍ତି ନାହିଁ ।
ପୃଥିବୀଟା ହେଉଛି ଭଡ଼ା ଘର ପରି, ଯେତେ ସଜାଅ ନା କାହିଁକି ମାଲିକର Notice ଆସିଲେ ଛାଡ଼ିବାକୁ ପଡ଼ିଥାଏ
ଅଦ୍ୟ ଅଗଷ୍ଟ ମାସ ୧୫ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଭାଦ୍ରବ ମାସ- କୃଷ୍ଣପକ୍ଷ
ତିଥି- ସପ୍ତମୀ ରାତ୍ରି ଘ୧୧/୫୪ ଗତେ ଅଷ୍ଟମୀ
ନକ୍ଷତ୍ର-ଅଶ୍ଵିନୀ ଦିବା ଘ୦୮/୧୫ ଗତେ ଦ୍ଵିଜା
ଚନ୍ଦ୍ର- ମେଷ
ଯୋଗ- ଗଣ୍ଡ
କରଣ – ବିଷ୍ଟି
ସୌରମାସ- କର୍କଟ ୩୧ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୦/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୧୨
*✧═════•❁❀
ଯୋଗିନୀ ବାୟବ୍ୟେ ରାତ୍ରି ଘ୧୧/୫୪ ଗତେ ଐଶାନ୍ୟେ
ମେଷ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ସପ୍ତମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ଅଦ୍ୟ ଜନ୍ମାଷ୍ଟମୀ ଓ ସ୍ଵାଧୀନତା ଦିବସ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୮/୪୦ ଗତେ ଘ୦୧/୫୨ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା-ଦିବା ଘ୦୭/୦୫ ମଧ୍ୟେ ଓ ଘ୦୭/୫୪ ଗତେ ଓ ଘ୦୮/୩୯ ମଧ୍ୟେ ଓ ଘ୦୧/୫୩ ଗତେ ଘ୦୨/୧୮ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୧/୦୦ ଗତେ ଘ୧୧/୪୮ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ତାଳ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
✧═════•❁❀❁•═════
ବୃଷ
ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।
═════•❁❀❁•═════
ମିଥୁନ
କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।
✧═════•❁❀❁•═════
କର୍କଟ
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।
✧═════•❁❀❁•═════
ସିଂହ
ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
✧═════•❁❀❁•═════
କନ୍ୟା
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।
═════•❁❀❁•═════
ତୁଳା
କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।✧═════•❁❀❁•═════
ବିଛା
ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
═════•❁❀❁•═════
ଧନୁ
ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।
✧═════•❁❀❁•═════
ମକର
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।
═════•❁❀❁•═════
କୁମ୍ଭ
ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।
✧═════•❁❀❁•═════
ମୀନ
ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।










