24.1 C
Bhubaneswar
Tuesday, February 24, 2026
Homeଓଡିଶାଆଜିର ନୀତିବାଣୀ

ଆଜିର ନୀତିବାଣୀ

“ସୁନ୍ଦର ମୁହଁଟିଏ କିଛିଦିନ ପାଇଁ ମନେ ରୁହେ।କିନ୍ତୁ ସୁନ୍ଦର ହୃଦୟରଟିଏ ସାରା ଜିବନ ପାଇଁ ମନରେ ସାଇତି ହୋଇ ରହିଯାଏ !!”

“ମଣିଷର ପ୍ରକୃତି:-
*ପ୍ରଶୟ ଦେଲେ- ମୁଣ୍ଡରେ ଚଢ଼େ ଆଦର କଲେ- ଖୋସାମତ ଭାବେ ଉପଦେଶ ଦେଲେ- ମୁହଁ ମୋଡେ ଉପକାର କରିଥିଲେ- ଅସ୍ବୀକାର କରେ !!”

“ଜୀବନରେ କେବେ କାହା ପଛରେ ଦୌଡନାହିଁ। ତା ମନରେ ତୁମ ପ୍ରତି ଭଲ ପାଇବା ତ ବଢ଼ିବନି କିନ୍ତୁ ତୁମେ ତୁମ ନିଜର ଆତ୍ମସମ୍ମାନ ନିଶ୍ଚୟ ହରାଇ ବସିବ !!”

“ଯିଏ ଜ୍ଞାନୀ ହୋଇଥାଏ ବୁଝେଇ ହେବ ଯିଏ ଅଜ୍ଞାନୀ ହୋଇଥାଏ ତାକୁବି ବୁଝେଇ ହେବ, କିନ୍ତୁ ଯିଏ ଅଭିମାନି ତାକୁ ବୁଝେଇବା ସମ୍ଭବ ନୁହେଁ। କେବଳ ସମୟ ହିଁ ତାକୁ ବୁଝେଇ ଦେଇଥାଏ !!”

“ଗୋଟିଏ ଘରେ ଯେତେ ବି ଲୋକ ରୁହନ୍ତୁ ନା କାହିଁକି, ଯଦି ‘ମା’ ନଥାଏ ତେବେ ସେ ଘର ବହୁତ ଖାଲି ଖାଲି ଲାଗିଥାଏ !!

“ସତ୍ୟକୁ ଯେତେ ଦବାଇବାକୁ ଚେଷ୍ଟା କଲେ ମଧ୍ୟ ତାହା ସାମନାକୁ ବାହାରିପଡେ । ସଂସାରରେ ଖୁବ୍ କମ୍ ପ୍ରାଣୀ ଅଛନ୍ତି ଯାହାର ଭିତର ବାହାର ସମାନ ନଚେତ୍ ସବୁ ଅଲଗା ଅଲଗା” !!

“ସନ୍ଦେହ ଏୋଗ ଯାହା ଜଣଙ୍କ ମନରେ ଥରେ ବସିଯାଏ ଆଉ ସାରା ଜୀବନ ମନରୁ ବାହାରି ନଥାଏ। ବେଳେ ବେଳେ ସନ୍ଦେହ ଭଲ ଘରକୁ ବି ଭାଙ୍ଗିକି ଚୁରମାର କରିଦିଏ !!

ଗୋଟିଏ ଭଲ ମଣିଷ ଯେତେବେଳେ ସମ୍ୱନ୍ଧ ରଖିବା ବନ୍ଧ କରିଦିଏ….

ତେବେ ବୁଝି ନେବ ଯେ ତାର ସ୍ୱାଭିମାନକୁ କୋଉଠି ନା କୋଉଠି ଗଭୀର ଆଘାତ ଲାଗିଛି….

ଅଦ୍ୟ ଅଗଷ୍ଟ ମାସ ୦୭ ତାରିଖ ୨୦୨୫ ମସିହା (ଗୁରୁବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଶ୍ରାବଣମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ଦିବା ଘ୦୨/୪୨ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ପୁର୍ବା ଷାଢା ଦିବା ଘ୦୨/୫୭ ଗତେ ଉତ୍ତରାଷାଢା
ଚନ୍ଦ୍ର- ଧନୁ ରାତ୍ରି ଘ୦୯/୦୬ ଗତେ ମକର
ଯୋଗ- ବିସ୍କୁମ୍ଭ
କରଣ – ତୈତିଳ
ସୌରମାସ- କର୍କଟ ୨୩ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୮/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୭/୩୨
*✧═════•❁❀
ଯୋଗିନୀ ଦକ୍ଷିଣେ ଦିବା ଘ୦୨/୪୨ ଗତେ ପଶ୍ଚିମେ
ସିଂହ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଚତୁର୍ଦ୍ଦଶୀ ର ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୩/୦୨ ଗତେ ଘ୦୬/୧୫ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ରାତ୍ରି ଘ୧୨/୪୦ ଗତେ ଘ୦୩/୦୨ ମଧ୍ୟେ

ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୦୩ ମଧ୍ୟେ ଓ ଘ୧୦/୧୫ ଗତେ ଘ୧୨/୪୦ମଧ୍ୟେ
═✧══•❁❀❁•═════✧
ଅଦ୍ୟ ବାଇଗଣ ଦିବା ଘ୦୨/୪୨ ଗତେ ବିରି ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ:
ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
✧═════•❁❀❁•═════
ବୃଷ:
ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════
ମିଥୁନ:
ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
✧═════•❁❀❁•═════
କର୍କଟ:
ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
✧═════•❁❀❁•═════
ସି˚ହ:
ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
✧═════•❁❀❁•═════
କନ୍ୟା:
ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
═════•❁❀❁•═════
ତୁଳା:
ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
✧═════•❁❀❁•═════
ବିଛା:
ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।
✧═════•❁❀❁•═════
ଧନୁ:
ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════
ମକର:
ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ।
✧═════•❁❀❁•═════
କୁମ୍ଭ:
ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
✧═════•❁❀❁•═════
ମୀନ:
ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking