ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ୨୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ସାମାନ୍ୟ ହ୍ରାସ ପାଇ ସାଢ଼େ ୪ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୪,୧୯୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୯ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୪୭ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ୬ଜଣଙ୍କ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୯,୨୯୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୪୪ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୫,୬୮,୬୪୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୨,୭୭୭ଟି ନମୁନା।