30.1 C
Bhubaneswar
Saturday, May 16, 2026
Homeଓଡିଶାଆସନ୍ତାକାଲି ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନ

ଆସନ୍ତାକାଲି ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନ

ଭୁବନେଶ୍ୱର: ରାଷ୍ଟ୍ରୀୟ ସଭାପତି ଭାବେ ଦାୟୀତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଆସନ୍ତା କାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଶ୍ରୀ ନୀତିନ ନବୀନ । ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ ସାଧାରଣ ଯାତ୍ରୀବାହୀ ବିମାନରେ ଆସନ୍ତା କାଲି ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ସାଂପ୍ରତିକ ବୈଶ୍ୱିକ ତୈଳସଂକଟ ଦୃଷ୍ଟିକୋଣରୁ ଏବଂ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ ନିରାଡମ୍ବର ଭାବେ ରାଷ୍ଟ୍ରୀୟ ସଭାପତିଙ୍କୁ ସ୍ୱାଗତ କରାଯିବ । ମାନ୍ୟବର ରାଜ୍ୟ ସଭାପତି, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମେତ ଶୀର୍ଷ ନେତୃବୃନ୍ଦ ରାଷ୍ଟ୍ରୀୟ ସଭାପତିଙ୍କୁ ବିମାନବନ୍ଦରରେ ସ୍ୱାଗତ ଜଣାଇବେ ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ ସୁଚନା ଦେଇଛନ୍ତି । ୧୮ ତାରିଖ (ସୋମବାର) ଦିନ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ‘ରାଜ୍ୟ କୋର୍ କମିଟି’ ବୈଠକରେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ ଯୋଗଦେବେ । ଏହା ପରେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ ଖୋର୍ଦ୍ଧା ଜିଲ୍ଲା ଜଟଣୀସ୍ଥିତ ଆଇଆଇଟି ନିକଟସ୍ଥ ଏସିଆନ ଇନଷ୍ଟିଚ୍ୟୁଟ ଅଫ ଫିଜିକାଲ ହେଲ୍‌ଥ (ଏଆଇପିଏଚ୍‌) ବିଶ୍ୱବିଦ୍ୟାଳୟ ପରିସରରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ତରଫରୁ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ପଣ୍ଡିତ ଦୀନଦୟାଲ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬ ଶିବିରର ଉଦ୍‌୍‌୍‌୍‌ଘାଟନ କରିବେ । ଏହା ପରେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରି ମହାପ୍ରସାଦ ସେବନ କରିବେ ବୋଲି ଶ୍ରୀ ରାୟ ସୁଚନା ଦେଇଛନ୍ତି । ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ ଭୁବନେଶ୍ୱର ପ୍ରତ୍ୟାବର୍ତନ କରି ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ରାଜ୍ୟ ପଦାଧିକାରୀ, ମୋର୍ଚ୍ଚା ସଭାପତି ବୈଠକ ଏବଂ ମନ୍ତ୍ରୀପରିଷଦ ବୈଠକରେ ଯୋଗ ଦେଇ ସମସ୍ତଙ୍କ ସହ ଭେଟଘାଟ କରି ଚର୍ଚ୍ଚା ଓ ଆଲୋଚନା କରିବେ । ସଂଧ୍ୟାରେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ଶ୍ରୀ ରାୟ ସୁଚନା ଦେଇଛନ୍ତି । ଏହି ଅବସରରେ ରାଜ୍ୟ ଗଣମାଧ୍ୟମ ସଂଯୋଜକ ଶ୍ରୀ ସୁଜିତ କୁମାର ଦାସ ଉପସ୍ଥିତ ଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking