27.1 C
Bhubaneswar
Thursday, April 25, 2024
Homeଓଡିଶାକରୋନା ନେଲା ଆଉ ଗୋଟିଏ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

କରୋନା ନେଲା ଆଉ ଗୋଟିଏ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି । ମୃତ୍ୟୁର କାରଣ କ୍ୟାନସର ବୋଲି ସରକାର ଦର୍ଶାଇଲେ । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି । ସେ ଫୁସଫୁସ କର୍କଟରେ ଆକ୍ରାନ୍ତ ଥିଲେ ବୋଲି ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି ।

ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସ୍ଥିତି ସଙ୍ଗୀନ ହେବାକୁ ଲାଗିଛି । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିଲା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଜିଲ୍ଲାରେ ସର୍ବାଧିକ ୧୪ ଜଣ ମୃ୍‌ତ୍ୟୁବରଣ କରିଛନ୍ତି ।
ଗଞ୍ଜାମ ଜିଲ୍ଲାରେ ମୋଟ ୧୪୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪୬୪ ଜଣ ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।
ବର୍ତ୍ତମାନ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬କୁ ବୃଦ୍ଧି ହୋଇଛି । ୨୦୯୪ଜଣ  ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୨୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ୫୧୮୯ ଜଣ ସୁସ୍ଥ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking