27.1 C
Bhubaneswar
Thursday, July 3, 2025
Homeଓଡିଶାଟ୍ରେନ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ଟ୍ରେନ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ନୂଆଦିଲ୍ଲୀ: ଓଡ଼ିଶାର ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଶୁକ୍ରବାର ରାତି ପ୍ରାୟ ସାଢ଼େ ୮ଟାରେ ହାୱାଡାରୁ ଆସୁଥିବା ସାଲିମାର – ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ ସହ ବିପରୀତ ଦିଗରୁ ଯାଉଥିବା ବାଙ୍ଗାଲୋର ହାୱାଡା ଏକ୍ସପ୍ରେସର ଧକ୍କା ହୋଇଛି। ଏହି ଧକ୍କାରେ ଅନେକ ମୃତାହତ ହୋଇଛନ୍ତି। ଏଭଳି ଭୟାନକ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି। ତେବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଘଟଣା ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଆହତଙ୍କୁ ଯଥାସମ୍ଭବ ସହାୟତା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

https://twitter.com/narendramodi/status/1664665463450918913?s=20

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking