29.1 C
Bhubaneswar
Wednesday, May 13, 2026
Homeଓଡିଶାନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ରାଜ୍ୟବ୍ୟାପୀ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ରାଜ୍ୟବ୍ୟାପୀ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ନିଟ୍ ପରୀକ୍ଷାରେ ହୋଇଥିବା ଦୁର୍ନୀତି ବିରୋଧରେ ଛାତ୍ର-ଯୁବଙ୍କ ଆକ୍ରୋଶ
ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର: ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଆଜି ସମଗ୍ର ରାଜ୍ୟରେ ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ ଆନେ୍ଦାଳନ ହୋଇଛି । ଭୁବନେଶ୍ୱର ସ୍ଥିତ ଉକ୍ରଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ଚିନ୍ମୟ ସାହୁ ଓ ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ କଟକ ଜିଲ୍ଲା ପକ୍ଷରୁ ଖ୍ରୀଷ୍ଟ ମହାବିଦ୍ୟାଳୟ ସମ୍ମୁଖରେ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ ହୋଇଛି । ସେହିପରି ବ୍ରହ୍ମପୁର, ବାରିପଦା, ଅନୁଗୁଳ, ଯାଜପୁର, ବାଲେଶ୍ୱର ଆଦି ଜିଲ୍ଲାରେ ମଧ୍ୟ ବିଜେଡି ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି ।

ଏହି ଆନେ୍ଦାଳନରେ ଶତାଧିକ ଛାତ୍ର ଓ ଯୁବ କର୍ମୀମାନେ ଯୋଗଦେଇ କେନ୍ଦ୍ର ସରକାର ବିରୋଧରେ ଜୋରଦାର ନାରାବାଜି କରିଥିଲେ । ଆନେ୍ଦାଳନକାରୀ ଯୁବ ଛାତ୍ର ନେତାମାନେ କହିଥିଲେ ଯେ, ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ଲକ୍ଷାଧିକ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ ଖେଳିଛି । ପୁନଃ ପ୍ରଶ୍ନପତ୍ର ଲିକ୍ ଓ ପରୀକ୍ଷାରେ ଅନିୟମିତତା ଘଟଣା କେନ୍ଦ୍ର ସରକାରଙ୍କ ବିଫଳତାକୁ ପଦାରେ ପକାଇଛି ।

ନେତୃବୃନ୍ଦ ଏହି ଘଟଣାର ନିରପେକ୍ଷ ଓ ସ୍ୱଚ୍ଛ ତଦନ୍ତ ସହ ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୈତିକ ଦାୟିତ୍ୱ ନେଇ ତୁରନ୍ତ ଇସ୍ତଫା ପ୍ରଦାନ କରନ୍ତୁ ବୋଲି ଛାତ୍ରନେତାମାନେ ଦାବି କରିଥିଲେ । ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଆସ୍ଥା ଫେରାଇ ଆଣିବା ପାଇଁ ପରୀକ୍ଷା ବ୍ୟବସ୍ଥାରେ ତୁରନ୍ତ ସଂଶୋଧନ ଆଣିବାକୁ ମଧ୍ୟ ଦାବି କରାଯାଇଥିଲା । କେନ୍ଦ୍ର ସରକାର ଯଦି ଏହି ଘଟଣାରେ କଠୋର ପଦକ୍ଷେପ ନେବାରେ ବିଫଳ ହୁଏ, ତେବେ ଆଗାମୀ ଦିନରେ ଏହି ଆନେ୍ଦାଳନକୁ ଆହୁରି ତୀବ୍ର କରାଯିବ ବୋଲି ବିଜେଡି ଚେତାବନୀ ଦେଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking