ଭୁବନେଶ୍ୱର: ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା । ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ । ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି । ବିଜୁଳି ଓ ଘଡ଼ଘଡ଼ି ସବହ ବର୍ଷା ପବନ ନେଇ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ସେସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ ଓ ଆଉ କିଛି ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ । ଆଜି ପାଇଁ ମୟୁରଭଞ୍ଜ, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଏବଂ କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସପ୍ତାହେ ରାଜ୍ୟରେ ଏମିତି ପାଗ ଲାଗି ରହିବ ।










