26.1 C
Bhubaneswar
Thursday, September 19, 2024
Homeଓଡିଶାବର୍ଷା ପାଇଁ ସତର୍କତା ଜାରି

ବର୍ଷା ପାଇଁ ସତର୍କତା ଜାରି

ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୬ ଜିଲ୍ଲା ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ବୋଲି ମଧ୍ୟ ସୂଚନା ମିଳିଛି । ଆଗାମୀ ୩ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମଧରଣର ବର୍ଷା ସହିତ ହେବାର ବଜ୍ରପାତ ସମ୍ଭାବନା ରହିଛି । ସେଥିପାଇଁ ସତର୍କ ସୂଚନା ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଯାତାୟାତ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking