26.7 C
Bhubaneswar
Thursday, April 9, 2026
Homeଓଡିଶାବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର

ବାଲେଶ୍ଵର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ। ନଦୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ଫଳରେ ବନ୍ୟା ଆଶଙ୍କାରେ ନଦୀକୂଳିଆ ଲୋକମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଲେଶ୍ଵର ଜିଲ୍ଲା ବସ୍ତ ବ୍ଲକ ମଥାନୀଠାରେ ସତର୍କ ସଙ୍କେତ ୬.୦୦ ମିଟର ରହିଥିବାବେଳେ ରବିବାର ରାତିଠାରୁ ଜଳକା ନଦୀର ଜଳସ୍ତର ବଢି ୬.୫୧ ମିଟର ସହ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଗତ ଦୁଇ ଦିନ ହେଲା ଜଳକା ନଦୀ ଅବବାହିକା ସମେତ ଉପରମୁଣ୍ଡ ତଥା ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ନଦୀର ଜଳସ୍ତର ବୃଦ୍ଧି ପାଉଛି। ଏଭଳି ବର୍ଷା ଲାଗି ରହିଲେ ବନ୍ୟା ସମ୍ଭାବନାକୁ ଏଡାଇ ଦିଆଯାଇନପାରେ। ଯଦି ବନ୍ୟା ହୁଏ ତାହାଲେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ଟି ପଞ୍ଚାୟତ ପ୍ରଭାବିତ ହେବା ସହ ଚାଷ ବାସ ଉଜୁଡି ଯିବାର ଆଶଙ୍କା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking