25.1 C
Bhubaneswar
Saturday, February 14, 2026
Homeଓଡିଶାଭବାନୀ ଶଙ୍କର ଭୋଇ ହେଲେ ଉପବାଚସ୍ପତି

ଭବାନୀ ଶଙ୍କର ଭୋଇ ହେଲେ ଉପବାଚସ୍ପତି

ଭୁବନେଶ୍ୱର : ଶାସକ ବିଜେପି ପକ୍ଷରୁ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ବିଧାନସଭାରେ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ବିଜେପି ଉପବାଚସ୍ପତି ପାଇଁ ବିଧାୟକ ଶ୍ରୀ ଭୋଇଙ୍କ ନାମ ଘୋଷଣା କରିଛି। ବିଧାନସଭା ସଚିବଙ୍କ ପାଖରେ ଶ୍ରୀ ଭୋଇ ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଭବାନୀ ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଶ୍ରୀ ଭୋଇ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପରାସ୍ତ କରିଥିବା ବେଳେ ୨୦୨୪ରେ ବିଜେଡି ପ୍ରାର୍ଥୀ ବିନୟ କୁମାର ଟାପୁଙ୍କୁ ପରାସ୍ତ କରିଥିଲେ। ଦୁଇଥର ବିଧାୟକ ହୋଇଥିବାରୁ ବିଧାନସଭା ପରିଚାଳନାରେ ତାଙ୍କର ଅଭିଜ୍ଞତା ରହିଛି। ଯେଉଁଥିପାଇଁ ଦଳ ତାଙ୍କୁ ପ୍ରାର୍ଥୀ କରିଛି। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ବିଜେପିର ବହୁ ବିଧାୟକ ଉପସ୍ଥିତ ଥିଲେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking