ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଲେ ।ମହାମହିମ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଓଡିଶା । ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଲୋକଭବନ ଯାଇ ସେଠାରେ ରାତ୍ରିଯାପନ କରିବେ । ଏହା ପରେ ଆସନ୍ତାକାଲି ସକାଳେ ମା’ ବିରାଜା ମନ୍ଦିର ଦର୍ଶନ ପାଇଁ ଯାଜପୁର ଯିବେ।










