33.1 C
Bhubaneswar
Monday, May 20, 2024
Homeଓଡିଶାମାର୍ଚ୍ଚ ୨୦୨୩ ସୁଦ୍ଧା ୫୮% ଗାଁରେ ପାଇପ୍ ପାଣି

ମାର୍ଚ୍ଚ ୨୦୨୩ ସୁଦ୍ଧା ୫୮% ଗାଁରେ ପାଇପ୍ ପାଣି

ଭୁବନେଶ୍ବର: ବଜେଟ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ ହୋଇଛି। ଗୃହକାର୍ଯ୍ୟ ଆରମ୍ଭ ସହ ସୁରୁଖୁରରେ ଚାଲିଛି ପ୍ରଶ୍ନକାଳ। ଗୃହରେ ସରଗରମ ଆଲୋଚନା ଚାଲିଛି । ବିଭିନ୍ନ ସଦସ୍ୟଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ବିଧାନସଭାର ଦ୍ୱିତୀୟ ଦିନରେ ଗୃହର ସଦସ୍ୟଙ୍କ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ରାଜ୍ୟର ସମସ୍ତ ଗାଁକୁ ୨୦୨୪ ଶେଷ ସୁଦ୍ଧା ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ଲକ୍ଷ୍ୟ ରହିଛି । ତେବେ ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି, ସେଠି ୨୦୨୫ ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟ ସରିବ । ମାର୍ଚ୍ଚ ୨୦୨୩ ସୁଦ୍ଧା, ୫୮% ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ଦିଆଯାଇଛି । ଯେଉଁଠି ପାଇପ ନାହିଁ କି କାମ ଜାରି ରହିଛି, ସେଠାରେ ଜିଲ୍ଲାପାଳ, ପିଡି ଡିଆରଡିଏ ଓ ନିର୍ବାହୀ ଯନ୍ତ୍ରୀଙ୍କୁ ନୂଆ ଟ୍ୟୁବୱେଲ ଯୋଗାଇବାକୁ ନିର୍ଦେଶ ଦିଆଯାଇଛି। ନୂଆ ଜନଵସତିରେ ଅତିରିକ୍ତ ଟ୍ୟୁବୱେଲ ଲଗାଯିବ। ଯେଉଁଠି ୭୦ ଲୋକଙ୍କ ଜନସଂଖ୍ୟା ଅଛି, ସେଠାରେ ବି ନୂଆ ଟ୍ୟୁବୱେଲ ଲଗାଇବାକୁ ନିର୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking