28.1 C
Bhubaneswar
Tuesday, May 21, 2024
Homeଓଡିଶାମାଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ମାଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ଗଞ୍ଜାମ : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ମାଲ ବୋଝେଇ ଟ୍ରକ। ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଆହତ ହୋଇନ୍ତି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ବଡଘାଟି ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଟ୍ରକ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ମାଲ ବୋଝେଇ ଟ୍ରକ୍‌ଟି ତେଲେଙ୍ଗାନାରୁ‌ ଖଲ୍ଲିକୋଟ ଅଭିମୁଖେ ଆସୁଥିଲା। ବଡଘାଟି ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। କ୍ୟାବିନରେ ଡ୍ରାଇଭର ଚାପି ହୋଇ ରହିଯାଇଥିଲେ। ପୁଲିସ ପହଞ୍ଚି କ୍ୟାବିନକୁ କାଟି ଡ୍ରାଇଭରକୁ ଉଦ୍ଧାର କରିଥିଲା। ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking