17.1 C
Bhubaneswar
Friday, February 13, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ

ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (DCRG)କୁ 15 ଲକ୍ଷ ରୁ 20 ଲକ୍ଷ ଟଙ୍କାକୁ ତା 01.01.2024 ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାର 01.01.2024ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking