28.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ସର୍ବାଧିକ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି

ରାଜ୍ୟରେ ଆଜି ସର୍ବାଧିକ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଥମିବାର ନାଁ ନେଉନି । ଆଜି ୩୦ ଜିଲ୍ଲାରୁ ପୁଣି ୩୨୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟାରେ ସର୍ବାଧିକ ୧୪ ପ୍ରାଣ ନେଇଛି କରୋନା । ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୨୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୮୭ ଓ ସ୍ଥାନୀୟ ଅଞ୍ଚଳରୁ ୧୨୬୫ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୯୨୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking