30.1 C
Bhubaneswar
Sunday, June 30, 2024
Homeଓଡିଶାରାଜ୍ୟ କ୍ୟାବିନେଟରେ ୧୯ଟି ପ୍ରସ୍ତାବରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟରେ ୧୯ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି । ରାଜ୍ୟ କ୍ୟାବିନେଟ ବୈଠକରେ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ରାଜ୍ୟ ରାଜଧାନୀରୁ ପଞ୍ଚାୟତକୁ ସହଜରେ ପରିବହନ ବ୍ୟବସ୍ଥା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ‘ଲକ୍ଷ୍ମୀ’କୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ଏହି ଯୋଜନାରେ କେବଳ ସହର ଓ ଗ୍ରାମାଞ୍ଚଳ ମଧ୍ୟରେ ପରିବହନ ସୁନିଶ୍ଚିତ କରିବ ନାହିଁ ବରଂ ରାସ୍ତା ଓ ସେତୁ ନିର୍ମାଣ ତଥା ମରାମତି କାର୍ଯ୍ୟକୁ ଗୁରୁତ୍ୱ ଦେବ ।

ସେହିପରି କାର୍ଯ୍ୟକ୍ରମ ଜରିଆରେ ବିଜୁ ଗାଁ ଗାଡ଼ି ଯୋଜନାକୁ ପୁନରୁଦ୍ଧାର କରାଯିବ । ଏହି ‘ଲକ୍ଷ୍ମୀ’ ଯୋଜନାରେ ବ୍ଲକରେ ଅନ୍ୟୂନ ଗୋଟିଏ ‘ଆମ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ । ପରିଣତିସ୍ୱରୂପ ମହିଳା ସଶକ୍ତିକରଣଠାରୁ ଆରମ୍ଭ କରି ଶିକ୍ଷା, ସ୍ୱାସ୍ଥ୍ୟ, ଜୀବନ ଜୀବିକା, କୃଷି, ଶିଳ୍ପ, ପର୍ଯ୍ୟଟନ ଆଦି କ୍ଷେତ୍ର ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଲାଭବାନ୍ ହେବ । ଏହି କାର୍ଯ୍ୟକ୍ରମରେ ୨୦୨୩-୨୪ ବର୍ଷ ପାଇଁ ସରକାର ୧୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ।

ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବା ପାଇଁ ରାଜ୍ୟ ସରକାର ରେଳବାଇ, ରାଜପଥ, ଜଳପଥ ତଥା ଆକାଶ ମାର୍ଗରେ ଗମନାଗମନ ସୁନିଶ୍ଚିତ କରୁଥିବା ବେଳେ ତୃଣମୂଳ ସ୍ତରରେ ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବ ଏହି କାର୍ଯ୍ୟକ୍ରମ । ବସ୍‌, ରେଳ ଷ୍ଟେସନ୍‌, ବାଣିଜ୍ୟିକ କେନ୍ଦ୍ର, ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଶିକ୍ଷାନୁଷ୍ଠାନ ପାଇଁ ଗ୍ରାମରୁ ସହର ପର୍ଯ୍ୟନ୍ତ ନିରବିଚ୍ଛିନ୍ନ ଯାତାୟତାର ସୁଯୋଗ ସୃଷ୍ଟି କରିବା ପାଇଁ ଏହି ଯୋଜନାରେ ଲକ୍ଷ୍ୟ ରହିଛି । ଏଥିନିମନ୍ତେ ଚଳିତ ବର୍ଷ ପରିବହନ ବିଭାଗ ଆରମ୍ଭ କରିଛି ଲୋକେସନ୍ ଆକ୍ସେସିବଲ୍ ମଲ୍ଟିମୋଡାଲ ଇନିସିଏଟିଭ୍‌(ଏଲ୍‌ଏସିସିଏମ୍‌ଆଇ) ଅବା ଲକ୍ଷ୍ମୀ କାର୍ଯ୍ୟକ୍ରମ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking