କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୫ରୁ ଅଧିକ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଗତ ରାତିରେ ଇଷ୍ଟ ହଷ୍ଟେଲରେ ଛାତ୍ରମାନେ ଖାଦ୍ୟ ଖାଇବା ପରେ ହଠାତ ଅସୁସ୍ଥ ହୋଇପଡିଥିଲେ । ସଙ୍ଗେସଙ୍ଗେ ସେମାନଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସମସ୍ତ ଛାତ୍ରଙ୍କ ବର୍ତ୍ତମାନ ଚିକିତ୍ସା ଚାଲିଥିବା ବେଳେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି । ଦୂଷିତ ପାଣିରୁ ଏଭଳି ସଂକ୍ରମଣ ହୋଇଥିବା ଆଶଙ୍କା କରାଯାଉଛି ।










