30.1 C
Bhubaneswar
Monday, May 20, 2024
Homeଦେଶ ବିଦେଶଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ : ଲଢ଼ିବେ ୬୯୫ ପ୍ରାର୍ଥୀ

ଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ : ଲଢ଼ିବେ ୬୯୫ ପ୍ରାର୍ଥୀ

ନୂଆଦିଲ୍ଲୀ : ୨୦୨୪ ଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୬୯୫ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ । ୨୦୨୪ ଲୋକସଭା ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ସଂସଦୀୟ ଆସନ ପାଇଁ ମୋଟ ୧ ହଜାର ୫୮୬ଟି ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା । ସମସ୍ତ ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ପଞ୍ଚମ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ମେ’ ୩ ତାରିଖ ଥିଲା ।

ଦାଖଲ ହୋଇଥିବା ସମସ୍ତ ନାମାଙ୍କନ ପତ୍ର ଯାଞ୍ଚ ପରେ ୭୪୯ଟି ନାମାଙ୍କନପତ୍ର ବୈଧ ବୋଲି ଜଣାପଡ଼ିଥିଲା । ପଞ୍ଚମ ପର୍ଯ୍ୟାୟରେ ମହାରାଷ୍ଟ୍ରର ୧୩ଟି ସଂସଦୀୟ ନିର୍ବାଚନ ମଣ୍ଡଳୀରୁ ସର୍ବାଧିକ ୫୧୨ଟି ନାମାଙ୍କନ ପତ୍ର ଥିବା ବେଳେ ଉତ୍ତରପ୍ରଦେଶର ୧୪ଟି ସଂସଦୀୟ ଆସନରୁ ୪୬୬ଟି ନାମାଙ୍କନ ପତ୍ର ଦାଖଲ ହୋଇଥିଲା । ଝାଡ଼ଖଣ୍ଡର ୪-ଚତରା ସଂସଦୀୟ ନିର୍ବାଚନ ମଣ୍ଡଳୀରେ ସର୍ବାଧିକ ୬୯ଟି ନାମାଙ୍କନ ଫର୍ମ ଏବଂ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ୩୫ଟିରେ ୬୭ଟି ନାମାଙ୍କନ ଫର୍ମ ଦାଖଲ ହୋଇଛି । ପଞ୍ଚମ ପର୍ଯ୍ୟାୟ ପାଇଁ ସଂସଦୀୟ ଆସନ ଗୁଡିକରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ହାରାହାରି ସଂଖ୍ୟା ୧୪ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking