ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଫଳରେ ୨୪ରେ ଅବପାତ ସମ୍ଭାବନା ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ମାଲାକ୍କା ସମୁଦ୍ର ସନ୍ଧି ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଯାଏ ଭାରତୀୟ ପାଣିପାଗ ବିଭାଗ କିମ୍ବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବାତ୍ୟା ସଂକ୍ରାନ୍ତରେ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ବର୍ଷା ହେବା ନେଇ ସ୍ପଷ୍ଟ କରାଯାଇଛି।










