28.2 C
Bhubaneswar
Tuesday, June 23, 2026
Homeଓଡିଶା୧ କୋଟି ୮ ଲକ୍ଷ ମହିଳା 'ସୁଭଦ୍ରା' ଯୋଜନାରେ ସାମିଲ ହେବେ : ପ୍ରଭାତୀ ପରିଡ଼ା

୧ କୋଟି ୮ ଲକ୍ଷ ମହିଳା ‘ସୁଭଦ୍ରା’ ଯୋଜନାରେ ସାମିଲ ହେବେ : ପ୍ରଭାତୀ ପରିଡ଼ା

ଭୁବନେଶ୍ବର : ‘ସୁଭଦ୍ରା’ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିରୋଧୀଙ୍କୁ କାଉଣ୍ଟର କରି କହିଛନ୍ତି, ରାଜ୍ୟରେ ୧ କୋଟି ୮ ଲକ୍ଷ ମହିଳାଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ’ ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦ ବର୍ଷର ମହିଳାଙ୍କ ସଂଖ୍ୟା ପାଖାପାଖି ୧ କୋଟି ୮ ଲକ୍ଷ। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ‘ସୁଭଦ୍ରା’ ଯୋଜନାର ନିର୍ଦ୍ଦେଶାବଳୀ ଜାରି ହୋଇଛି। ୨୧ରୁ ଅଧିକ ୬୦ବର୍ଷରୁ କମ୍ ବୟସ୍କ ମହିଳା ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ କରିପାରିବେ। ଆବେଦନକାରୀଙ୍କର ଯୋଗ୍ୟତାର ମାନଦଣ୍ଡ ସରକାର ସ୍ଥିର କରିଥିବା ବେଳେ ଏଥିରେ ଠକିବାକୁ କେହି ଉଦ୍ୟମ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking