21.1 C
Bhubaneswar
Thursday, January 23, 2025
Homeଓଡିଶା୯୭ କୋଟି ଭୋଟରଙ୍କ ପାଇଁ  ୧୦.୫ ଲକ୍ଷ ପୋଲିଂ ବୁଥ

୯୭ କୋଟି ଭୋଟରଙ୍କ ପାଇଁ  ୧୦.୫ ଲକ୍ଷ ପୋଲିଂ ବୁଥ

ଭୁବନେଶ୍ୱର : ସରିଲା ପ୍ରତୀକ୍ଷା । ବାଜିଲା ୨୦୨୪ ନିର୍ବାଚନ ବିଗୁଲ । ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରୁଛନ୍ତି ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଇସିଆଇ ନିର୍ବାଚନ ତାରିଖ ଘୋଷଣା କରୁଛନ୍ତି । ଆଉ କେବେ ଓ କେତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ତାହା ସ୍ପଷ୍ଟ କରୁଛନ୍ତି । ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ସହିତ ଅନ୍ୟ ଦୁଇ ଆୟୁକ୍ତ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରୁଛନ୍ତି ।ଏହି ଅବସରରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର କହିଛନ୍ତି ଯେ ଦେଶରେ ମୋଟ ୯୭ କୋଟି ପଞ୍ଜିକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ  ୧୦.୫ ଲକ୍ଷ ପୋଲିଂ ବୁଥ ରହିଛି । ଭୋଟ ଗ୍ରହଣ ପାଇଁ ଦେଢ କୋଟି ପୋଲିଂ ଅଫିସର ପ୍ରସ୍ତୁତ ହୋଇ ରହିଛନ୍ତି । ଭୋଟ ଗ୍ରହଣ ପାଇଁ ୫୫ଲକ୍ଷ ଇଭିଏମ ପ୍ରସ୍ତୁତ ହୋଇ ରହିଛି । ୧୮ରୁ ୨୯ ବର୍ଷର ବର୍ଗର ଭୋଟରଙ୍କ ସଂଖ୍ୟା ୨୧ କୋଟି ରହିଛି ।  ୮୫ ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୮ ୨ଲକ୍ଷ । ୧୦୦ବର୍ଷରୁ ଅଧିକ ବୟସ୍କ ଭୋଟରଙ୍କ ସଂଖ୍ୟା ୨ ଲକ୍ଷ ୧୮ ହଜାର ବୋଲି ରାଜୀବ କୁମାର ସୂଚନା ଦେଇଛନ୍ତି ।  ଏହାଛଡ଼ା ସେ କହିଛନ୍ତି ଯେ ପ୍ରଥମ ଥର ପାଇଁ ୧କୋଟି ୮୨ ଲକ୍ଷ ନୂଆଭୋଟର ଭୋଟ ଦେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking