27.8 C
Bhubaneswar
Friday, April 19, 2024
Homeଓଡିଶାହୀରାକୁଦର ୧୦ ଗେଟ ଖୋଲା

ହୀରାକୁଦର ୧୦ ଗେଟ ଖୋଲା

ସମ୍ବଲପୁର : ହୀରାକୁଦ ଡ୍ୟାମର ଆଉ ୫ ଟି ଗେଟ ଖୋଲିଲା । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଗେଟ ଖୋଲିଲା । ଏବେ ମୋଟ ୧୦ ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ।
ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ୫ଟି ଗେଟ୍ ଖୋଲିଥିଲା । ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ହୀରାକୁଦର ଗେଟ୍ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ। ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ଆନନ୍ଦ ସାହୁ କହିଛନ୍ତି, ମହାନଦୀ ଉପମୁଣ୍ଡରେ ବର୍ଷାର ପରିମାଣ ବଢ଼ିଥିବାରୁ ସରାଡିହରେ ସକାଳ ୬ଟା ସୁଦ୍ଧା ୪ଲକ୍ଷ କ୍ୟୁସେକ୍ ଜଳ ଜଳଭଣ୍ଡାର ମଧ୍ୟକୁ ଆସିଛି। ତାକୁ ଦୃଷ୍ଟିରେ ରଖି ଆଜିଠାରୁ ହୀରାକୁଦ ଜଳଭଣ୍ଡାରର ଗେଟ୍ ଖୋଲିବା ଆରମ୍ଭ କରିବୁ। ଆଜି ପ୍ରଥମ ପର୍ଯ୍ୟାୟ ୫ଟି ଗେଟ୍ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୫ଟି ଗେଟ୍ ଖୋଲିଛି। ମୋଟ ଉପରେ ୧୦ଟି ଗେଟ୍ ହୀରାକୁଦ ଜଳଭଣ୍ଡାରରୁ ଖୋଲାଯାଇଛି । ପରେ ଜଳସ୍ତର ଦେଖି ହୀରାକୁଦ ଜଳଭଣ୍ଡାରରେ ଗେଟ୍ ଗୁଡ଼ିକ ଖୋଲାଯିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking