କାମାକ୍ଷାନଗର: ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୦ ବଖରା ଘର । ସାରୁଆଳି ଗାଁ କୃଷ୍ଣପୁର ସାହିରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ ପରିବାରର ଲକ୍ଷାଧିକ ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ସର୍ଟ ସର୍କିଟ୍ରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଞ୍ଚି ନିଆଁ ଆୟତ୍ତ କରିଛି ।