29.1 C
Bhubaneswar
Wednesday, June 4, 2025
Homeଓଡିଶାଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍‌: ସୁନ୍ଦରଗଡ଼ରେ ଆଉ ୧୦ ନୂଆ ଆକ୍ରାନ୍ତ ଚିହ୍ନଟ

ଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍‌: ସୁନ୍ଦରଗଡ଼ରେ ଆଉ ୧୦ ନୂଆ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ୧୦ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ଜଣାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୨୧ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ୧୦ ଓ ବୁଧବାର ୭ , ଗୁରୁବାର ୬ ଓ ଶୁକ୍ରବାର ୫ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହ ସଂଖ୍ୟା୨୨୧ରେ ପହଞ୍ଚିଛି। ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଅ।ଯାଉଥିବା ନେଇ ସିଡିଏମଓ ସୂଚନା ଦେଇଛନ୍ତି । ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି।

ତେବେ ଏହା ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ହୋଇଥିବା ପରୀକ୍ଷାର ରିପୋର୍ଟ। ଘରୋଇ ଭାବେ ପ୍ରକାଶିତ ତଥ୍ୟାନୁସାରେ ଆକ୍ରାନ୍ତ ସଂଖ୍ୟା ୫ ଶହ ଟପି ଯାଇଥିବା କୁହାଯାଉଛି। କେବଳ ରାଜଗାଙ୍ଗପୁରର ଏକ ଘରୋଇ କ୍ଲିନିକରେ ୧୫୦ରୁ ଅଧିକ ସ୍କ୍ରବ୍ ଟାଇଫସ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗତ ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଚିହ୍ନଟ ହୋଇଥିଲା। ଗତ ଜାନୁଆରିରେ ମାତ୍ର ୪ଜଣ ଚିହ୍ନଟ ହୋଇଥିଲେ।

ତାପର ଠାରୁ ଏହା ବୃଦ୍ଧି ପାଇ ୧୮୩ରେ ପହଞ୍ଚିଛି। ସ୍କ୍ରବ୍ ଟାଇଫସରେ ଜଣକର ମୃତ୍ଯୁ ହୋଇଥିବାବେଳେ ଠିକ୍‌ ସମୟରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିବାରୁ ଅନ୍ୟ ଆକ୍ରାନ୍ତମାନେ ସୁସ୍ଥ ଥିବା ସିଡିଏମଓ ଡ. କାହ୍ନୁଚରଣ ନାୟକ କହିଛନ୍ତି। ଅନ୍ୟପଟେ ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଥିବା, କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଉଥିବା, ଆବଶ୍ୟକ ପଡ଼ିଲେ, ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ। କିନ୍ତୁ ଏ ସଚେତନତା କେବଳ କାଗଜପତ୍ରରେ, ବାସ୍ତବରେ ଗ୍ରାମାଞ୍ଚଳର ଲୋକଙ୍କ ପାଖରେ ଏଯାଏ ଏ ରୋଗ ସମ୍ପର୍କରେ ବିଶେଷ ସୂଚନା ପହଞ୍ଚି ନଥିବା ଜଣାପଡିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking