27.1 C
Bhubaneswar
Sunday, September 29, 2024
Homeଅପରାଧଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀକୁ ୧୦ ବର୍ଷ କାରାଦଣ୍ଡ

ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀକୁ ୧୦ ବର୍ଷ କାରାଦଣ୍ଡ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅର୍ନ୍ତଗତ କରନଝରଣ ଗ୍ରାମର ଜୈନେକା ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ୧୦ ବର୍ଷ କାରାଦଣ୍ଡ ହୋଇଛି । ସୂଚନା ଅନୁଯାୟୀ, ୨୦୨୧ ଜୁଲାଇ ୨୯ ତାରିଖରେ କରନଝରଣ ଗ୍ରାମର ରବିନ୍ଦ୍ର ନାଏକ(୨୪) ସନ୍ଧ୍ୟା ସମୟରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଘର ପଛପଟେ ବାସନ ସଫାକରୁଥିବା ସମୟରେ ଏକୁଟିଆ ପାଇ ଦୁଷ୍କର୍ମ କରିଥିଲା । ଏନେଇ ବିଶୋଇ ଥାନାରେ ଏକ ଦୁଷ୍କର୍ମ ମାମଲା ରୁଜୁ ହୋଇଥିଲା । ତେବେ ଆଜି ରାଇରଙ୍ଗପୁର କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଆସାମୀ ରବିନ୍ଦ୍ର ନାଏକକୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ କାରାଦଣ୍ଡ ସହିତ ୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ୧ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ରାଇରଙ୍ଗପୁର ଏସଡିଜେଏମ କୋର୍ଟର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ଦୀପକ କୁମାର ଦଣ୍ଡ ଶୁଣାଇଥିବା ବେଳେ କେସକୁ ସରକାରୀ ଓକିଲ ପଙ୍କଜ କୁମାର ଦାସ ପରିଚାଳନା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking