ଭୁବନେଶ୍ୱର: ସାତକୋଶିଆ ଆଭୟାରଣ୍ୟ ପାଲଟିବ ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ । ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି । ୯୯ କୋଟି ୭୫ ଲକ୍ଷର ସବିଶେଷ ପ୍ରକଳ୍ପ ରିପୋର୍ଟ ଡିପିଆରକୁ ଅନୁମୋଦନ ମିଳିଛି । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବ୍ୟାଘ୍ର ଅଭୟାରଣ୍ୟର ୬ଟି ସ୍ଥାନ ଚିହ୍ନଟ କରାଯାଇଛି । ପୁରୁଣାକୋଟ, ଜଗନ୍ନାଥପୁର, ଟିକରପଡାରେ ହେବ ନୂଆ ପ୍ରବେଶ ପଥ । ବାଲିପୁଟ, କୁସଙ୍ଗ ଓ ଛାମୁଣ୍ଡିଆଠାରେ ବି ନିର୍ମାଣ ହେବ ନୂଆ ପ୍ରବେଶ ପଥ । ଫୁଡ୍ କୋର୍ଟ, ଫ୍ଲୋଟିଂ ଜେଟି, ବନ୍ ଫାୟାର୍, ୱାଚ୍ ଟାୱାର, ରିଭର ଭିୟୁ ଡେକ୍ ରହିବ ।










