ସମ୍ବଲପୁର: ୫୫ ନମ୍ବର ଜାତୀୟ ରାଜପଥର ଯୁଯୁମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଆଜି ଭୋର ପ୍ରାୟ ୫ଟାରେ ରାସ୍ତା ପାର୍ଶ୍ବରେ ଛିଡ଼ା ଥିବା ହାଇୱାର ପଛ ପଟେ ୧୦୮ ଆମ୍ବୁଲାନ୍ସ ଧକ୍କା ଦେଇଥିଲା। ଫଳରେ ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକେ ଗୁରୁତରଙ୍କ ସହ ସମସ୍ତ ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବୁର୍ଲା ଡ଼ାକ୍ତରଖାନାକୁ ପଠାଇଥିଲେ । ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧରୁ ରୋଗୀ ନେଇ ବୁର୍ଲା ଡ଼ାକ୍ତରଖାନା ଅଭିମୁଖେ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା । ଖବର ପାଇ ଯୁଯୁମୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିବା ସହ ଚାଳକକୁ ଅଟକ ରଖିଛି।










