28.1 C
Bhubaneswar
Friday, March 29, 2024
Homeକରୋନାଭାରତରେ କରୋନା ନେଲାଣି ୧୦୯ ଜୀବନ

ଭାରତରେ କରୋନା ନେଲାଣି ୧୦୯ ଜୀବନ

ନୂଆଦିଲ୍ଲୀ : ସମଗ୍ର ଦେଶରେ ୪୦୬୭ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୯୧ ଜଣ ସୁସ୍ଥ ହୋଇଛନ୍ତି । ୧୦୯ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।
ମୃତବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି ଆନ୍ଧ୍ରପ୍ରଦେଶରେ ୩ ଜଣ, ବିହାରରେ ୧ଜଣ, ଦିଲ୍ଲୀରେ ୭ ଜଣ, ଗୁଜରାଟରେ ୧୧ ଜଣ, ହରିୟାଣାରେ ୧ ଜଣ, ହିମାଚଳ ପ୍ରଦେଶରେ ୧ଜଣ, ଜମ୍ମୁ ଓ କଶ୍ମୀରରେ ୨ ଜଣ, କର୍ଣ୍ଣାଟକରେ ୪ ଜଣ, କେରଳରେ ୨ଜଣ, ମଧ୍ୟପ୍ରଦେଶରେ ୯ ଜଣ, ମହାରାଷ୍ଟ୍ରରେ ୪୫ ଜଣ, ପଞ୍ଜାବରେ ୬ ଜଣ, ତାମିଲନାଡୁରେ ୫ ଜଣ, ତେଲେଙ୍ଗାନାରେ ୭ ଜଣ, ଉତ୍ତରପ୍ରଦେଶରେ ୨ଜଣ ଏବଂ ପଶ୍ଚମବଙ୍ଗରେ ୩ ଜଣ । ଏହାଛଡ଼ା ଭାତରରେ ଅଧିକ କରୋନାଭାଇରସ୍ ସଂକ୍ରମଣ ହୋଇଥିବା ୯ଟି ଅଞ୍ଚଳକୁ ସରକାର ହଟସ୍ପଟ୍ ଭାବେ ଘୋଷଣା କରିଛନ୍ତି । ସେଗୁଡ଼ିକ ହେଉଛି ଲଦାଖ, ପଞ୍ଜାବର ସହିଦ ଭଗତ ସିଂହ ନଗର, ଦିଲ୍ଲୀର ଦିଲସାଦ ଗାର୍ଡେନ୍ ଓ ନିଜାମୁଦ୍ଦିନ, ରାଜସ୍ଥାନର ଭିଲୱାରା, ମହାରାଷ୍ଟ୍ରର ପୁଣେ ଓ ମୁମ୍ବାଇ, କେରଳର କସାରଗଡ଼ ଓ ପତନମତିଟଟ ।
କୋଭିଡ-୧୯ ଟ୍ରାକର ତଥ୍ୟ ଅନୁସାରେ, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪୨୮୯ ଦର୍ଶାଯାଇଛି। ସେମାନଙ୍କ ମଧ୍ୟରୁ ୩୮୪୩ ଏବେ ଚିକିତ୍ସାଧୀନ ଥିବାବେଳେ ୧୧୮ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୩୨୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking