30.1 C
Bhubaneswar
Friday, April 26, 2024
Homeଓଡିଶାସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କୁ କରୋନା

ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ବିଭାଗ ତରଫରୁ ସୂଚନା ମିଳିଛି।
ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେସନ ୱାର୍ଡରେ ରଖାଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ପୂର୍ବରୁ ସ୍ୱାସ୍ଥ୍ୟ ବିଭାଗର ଜଣେ ପଜିଟିଭ୍ ଚିହ୍ନଟ ହୋଇଥିଲେ । ପରେ ସମସ୍ତଙ୍କ ସ୍ୱାବ୍ ଟେଷ୍ଟ ହୋଇଥିଲା ।
ରାଜ୍ୟରେ ଆଜି ୨୯ ଜିଲ୍ଳାରୁ ୧୬୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୭୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୨୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୭୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking