ଭୁବନେଶ୍ୱର: ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଲାଗିଛି ୧୧ଟି ଦଫା । ଭାରତୀୟ ନ୍ୟାୟ ସଂହିତା ଦଫା- ୩୩୧ ଓ ୧୩୨ ଲାଗିଛି । ଏହା ସହହ ୧୨୧(୧), ୧୨୧(୨), ୩୫୧(୨), ୬୨ ଦଫା ଲାଗିଛି । ୩୦୪, ୫୪, ୬୧(୨), ୧୮୯, (୨), ୧୯୦/୩(୫) ଦଫା ଲାଗିଛି । ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିସନରେଟ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା । ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଥିଲା । ଏହା ପରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ନେଇଥିଲା । ସେଠାରେ ଜଗନ୍ନାଥ ପ୍ରଧାନଙ୍କୁ ଦୁଇ ଜଣ ଡାକ୍ତର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ଶେଷରେ ଡାକ୍ତରଖାନାରୁ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କର ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ଜେଲକୁ ଯାଇଛନ୍ତି ଜଗନ୍ନାଥ ପ୍ରଧାନ ।









