26.1 C
Bhubaneswar
Thursday, April 3, 2025
Homeଦେଶ ବିଦେଶକାମାକ୍ଷା ଏକ୍ସପ୍ରେସର ୧୧ ବଗି ଲାଇନଚ୍ୟୁତ

କାମାକ୍ଷା ଏକ୍ସପ୍ରେସର ୧୧ ବଗି ଲାଇନଚ୍ୟୁତ

ବେଙ୍ଗାଲୁରୁ: ବେଙ୍ଗାଲୁରୁ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ । ଟ୍ରାକରୁ ଖସିଲା ଚାରି ବଗି । ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିବା ସୂଚନା ରହିଛି  । ଚୌଦ୍ବାରା ନିର୍ଗୁଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଚାରୋଟି ବଗି ଲାଇନଚ୍ୟୁତ ହୋଇଥିବା ବେଳେ କାହାରି ମୃତ୍ୟୁ ଘଟି ନଥିବା ସିପିଆରଓ ବିଶ୍ବଜିତ ସାହୁ ସୂଚନା ଦେଇଛନ୍ତି ,ଏବେ ସୁଦ୍ଧା କୌଣସି କ୍ଷୟକ୍ଷତି ସୂଚନା ମିଳିନଥିବା ବେଳେ ଯାତ୍ରୀମାନେ ଭୟରେ ବାହାରକୁ ଦୌଡିଥିଲେ । ଟ୍ରେନ୍‌ର ଚାରିଟି ବଗି ଲାଇନଚ୍ୟୁତ ହୋଇଥିବା ନେଇ ସୂଚନା ମିଳିଛି । ଖବର ପାଇଁ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ତେବେ କେଉଁ ପରିସ୍ଥିତିରେ ଏଭଳି ଅଘଟଣ ଘଟିଲା ସେ ନେଇ କୌଣସି ସୂଚନା ମିଳିନଥିବା ବେଳେ ତଦନ୍ତ ପରେ ସ୍ପଷ୍ଟ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking