37.2 C
Bhubaneswar
Friday, April 19, 2024
Homeଓଡିଶାରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ଆଜି ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୩୩୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସୁନ୍ଦରଗଡରୁ ଆଜି ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱର, କେନ୍ଦୁଝର, ଦେବଗଡ଼, ନୂଆପଡ଼ା, କଟକ, କେନ୍ଦ୍ରାପଡ଼ା, ଅନୁଗୁଳ,ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ଆଜି ରାଜ୍ୟରେ ୧,୭୦୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୭୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୫ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୨୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୨୭୫୭୪୯ ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଆକ୍ଟିଭ କେଶ ଅଛି ୧୪,୬୯୨ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହପରି କଟକରୁ ୧୫୩, ବଲାଙ୍ଗୀରରୁ ୧୩୮ ଏବଂ ୧୦୧ କରୋନା ଆକ୍ରାନ୍ତ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking