ରାଜ୍ୟରେ ଆଜି ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱର, ବାଲାଙ୍ଗିର, ଗଞ୍ଜାମ ଓ ମାଲକାନଗିରିରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, ଖୋର୍ଦ୍ଧା, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here