34.1 C
Bhubaneswar
Friday, March 29, 2024
Homeଓଡିଶାରାଜଧାନୀରୁ ଆଜି ୧୧୮ ଆକ୍ରାନ୍ତ ଚିହ୍ନଟ

ରାଜଧାନୀରୁ ଆଜି ୧୧୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୧ ଓ ସ୍ଥାନୀୟ ଅଞ୍ଚଳରୁ ୪୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୯୦ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୪୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୧ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୦୧ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking