36.1 C
Bhubaneswar
Saturday, May 4, 2024
Homeଓଡିଶାସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ

ସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗୋଟିଏ ପକ୍ଷରେ ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ରୋଗୀଙ୍କ ସଂଖ୍ୟା ବଢିଚାଲିଥିବା ବଳେ ରାଜ୍ୟରେ ଆଜି ଆଉ ୧୧୯ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଯାଜପୁରରୁ ୬୦ ଜଣ, କଟକରୁ ୧୩ ଜଣ, କେନ୍ଦ୍ରାପଡାରୁ ୧୨, ଗଜପତିରୁ ୯ ଜଣ, ନୟାଗଡରୁ ୬ ଜଣ, ସୁନ୍ଦରଗଡରୁ ୫ ଜଣ, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ଗଂଜାମ ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ ଓ ସମ୍ବଲପୁରରୁ ଜଣେ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨୪୫ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେଣି । ଏନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରିଛନ୍ତି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୨୧୦୪ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ୮୫୦ ଜଣ ଏବେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଏବଂ ୭ ଜଣଙ୍କ ମୃତ୍ୟୁ ଘଟିଛି ।
https://onakhabar.com/2020/06/01/today-156-highest-affected-identified/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking