ରାଜ୍ୟରେ ଆଉ ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱର ଓ ଢେଙ୍କାନାଳରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୂଆପଡା ସୁନ୍ଦରଗଡ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଆଜି ରାଜ୍ୟରୁ ଆଜି ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୪,୪୧୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here